www.samajalive.in
Monday, December 8, 2025
24.1 C
Bhubaneswar

ସରିଲା କୋଭିଡ଼ ପରୀକ୍ଷା ହେଲେ ଭସାଇନେଲା ବନ୍ୟାଜଳ

ବଡ଼ସାହି : ଗଙ୍ଗାହାର ନଦୀ ବନ୍ୟାଜଳରେ ଭାସିଯାଇ ଜଣେ ମହିଳା ନିଖୋଜ ହୋଇଥିବା ଜଣାପଡିଛି। ମହିଳା ଜଣଙ୍କ ହେଲେ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକର ଭୀମିଦା ଗ୍ରାମର ଜୀବନବନ୍ଧୁ ମହାପାତ୍ରଙ୍କ ପତ୍ନୀ ସ୍ନେହଲତା(୬୨)। ତାଙ୍କର ବଡ଼ପୁଅ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପରିବାରର ୪ ସଦସ୍ୟ ସରକାରୀ ଗାଡ଼ିରେ ବୁଧବାର ସକାଳେ ବଡ଼ସାହି ଡ଼ାକ୍ତରଖାନାକୁ ଆରଟିପିସିଆର କୋଭିଡ଼ ପରୀକ୍ଷା ପାଇଁ ଯାଇ ଫେରୁଥିଲେ। ତେବେ ବୈଶିଙ୍ଗା-ଉଦଳା ରାସ୍ତାର ମାଣତ୍ରୀ ବିତନୁ ପୋଲ ଉପରେ ଗଙ୍ଗାହାର ନଦୀର ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଗାଡ଼ିଟି ରାସ୍ତା ପାରି ନହୋଇ ସମସ୍ତଙ୍କୁ ଓହ୍ଲାଇ ଦେଇ ଫେରିଯାଇଥିଲା। ୪ଜଣ ଚାଲିଚାଲି ପୋଲ ପାରି ହେଉଥିବାବେଳେ ମହିଳା ଜଣଙ୍କ ପ୍ରଖର ସ୍ରୋତରେ ଭାସିଯାଇଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନରେ ଥିବା ବଡ଼ସାହିର ପୂର୍ବତନ ବିଧାୟକ ସେଠାରେ ପହଞ୍ଚି ଦମକଳବାହିନୀକୁ ଖବର ଦେବାରୁ ସେମାନେ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଛି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories