www.samajalive.in
Thursday, December 11, 2025
18.1 C
Bhubaneswar

ସ୍କୁଲ ଖୋଲିବା ପରେ ପରୀକ୍ଷା ନିଷ୍ପତ୍ତି:ମନ୍ତ୍ରୀ

ସ୍କୁଲ ଛୁଟି ବଢ଼ିଥିବାରୁ ପରୀକ୍ଷା ନେଇ ଆଶା ଓ ଆଶଙ୍କା ପ୍ରସଙ୍ଗରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖି କହିଛନ୍ତି ଯେ ସ୍କୁଲ ଖୋଲିବା ପରେ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯିବ। ପୂଜା ଛୁଟି ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍କୁଲ ଓ କଲେଜ ଛୁଟି ଘୋଷଣା କରିଛନ୍ତି। ଅକ୍ଟୋବର ଶେଷ ପର୍ଯ୍ୟନ୍ତ ପୂଜା ଛୁଟି ଚାଲୁ ରହିବ। ନଭେମ୍ବରରେ କରୋନା ସ୍ଥିତିକୁ ଦେଖି ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ। ସ୍କୁଲ ଖୋଲି ପିଲାଙ୍କୁ କିଛି ପଢ଼ାଗଲେ ପରେ ପରୀକ୍ଷା ସୂଚନା ଦେବା ଠିକ୍‌ ହେବ। ପରୀକ୍ଷା କେବେ କରାଯିବ ଏବେଠାରୁ କହିବା ଠିକ୍‌ ହେବ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରକାଶ କରିଛନ୍ତି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories