www.samajalive.in
Thursday, December 11, 2025
27.1 C
Bhubaneswar

ସେପ୍ଟେମ୍ବର ୫ରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀର ଭର୍ଚ୍ୟୁଆଲ ବୈଠକ; ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ଼୍ଡ଼ା

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୫ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ । ଏହି ବୈଠକରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ରାଜ୍ୟ ପ୍ରଭାରୀ ଅରୁଣ ସିଂହ, ସଙ୍ଗଠନ ପ୍ରଭାରୀ ସୈଦାନ ସିଂହ, ଜାତୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀଦଳ ନେତା ପ୍ରଦୀପ୍ତ ନାୟକଙ୍କ ସହ ବହୁ ଦଳୀୟ ନେତା, ସାଂସଦ, ବିଧାୟକ ଯୋଗ ଦେବେ ।  ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଗତ କାଲି ବିଜେପି ରାଜ୍ୟ ପଦାଧିକାରୀମାନଙ୍କ ଭର୍ଚୁଆଲ ବୈଠକରେ ଏ ସଂକ୍ରାନ୍ତରେ ନିଷ୍ପତ୍ତି ହୋଇଛି । 

ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ରାଜ୍ୟର  ପ୍ରବାସୀ ଶ୍ରମିକ ସମସ୍ୟା, ବିଭିନ୍ନ ଦୁର୍ନୀତି,
ସାଂପ୍ରତିକ ବନ୍ୟା ପରିସ୍ଥିତି, କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଛି । ଆଗାମୀ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଏ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯିବ ।  ଆସନ୍ତା ସେପ୍ଟେମ୍ବର ୫ ତାରିଖ ଦିନ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବାର ନିଷ୍ପତି ଗ୍ରହଣ କରାଯାଇଛି। କୋଭିଡ-୧୯ କଟକଣା ଓ ନିୟମକୁ ପାଳନ କରାଯାଇ ଭର୍ଚୁଆଲ ମିଟିଂ ମାଧ୍ୟମରେ ରାଜ୍ୟ ସଭାପତି ଶ୍ରୀ ମହାନ୍ତିଙ୍କ ସଭାପତିତ୍ୱରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକାରିଣୀ ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ  ଜେ.ପି.ନଡ୍ଡା ଯୋଗ ଦେବେ। ଦୁଇ କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଓ  ପ୍ରତାପ ଷଡଙ୍ଗୀ, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସଂପାଦକ (ସଂଗଠନ)  ସୈାଦାନ ସିଂ, ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା ରାଜ୍ୟ ପ୍ରଭାରୀ   ଅରୁଣ ସିଂ, ରାଷ୍ଟ୍ରୀୟ ସଂପାଦକ ଓ ସାଂସଦ ସୁରେଶ ପୁଜାରୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ଯୋଗ ଦେବେ। ଏହି ବୈଠକ ପୂର୍ବାହ୍ନ ୧୦ଟାରେ ଆରମ୍ଭ ହୋଇ ସନ୍ଧ୍ୟା
ପର୍ଯ୍ୟନ୍ତ ଚାଲୁ ରହିବ।

- Advertisement -

ଏ ସଂକ୍ରାନ୍ତ ପ୍ରସ୍ତୁତି ବୈଠକରେ ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ରବି ନାଏକ, ଡ.ଲେଖାଶ୍ରୀ ସାମନ୍ତ ସିଂହାର ପ୍ରମୁଖଙ୍କ ସମେତ ସମସ୍ତ ରାଜ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

Related Articles

Popular Categories