www.samajalive.in
Monday, December 15, 2025
16.1 C
Bhubaneswar

ବନ୍ୟାଞ୍ଚଳ ପରିଦର୍ଶନ କଲେ ଖୋର୍ଦ୍ଧା ଜିଲାପାଳ

ଖୋର୍ଦ୍ଧା : ଲଘୁଚାପ ବର୍ଷା ଯୋଗୁଁ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ମହାନଦୀ ବନ୍ୟାପାଣି ଖୋର୍ଦ୍ଧା ଜିଲ୍ଲା ଖୋର୍ଦ୍ଧା ବ୍ଲକର ଦୁଇଟି ଗ୍ରାମପଞ୍ଚାୟତ ର ୧୦ଖଣ୍ଡ ଗାଁ ରେ ବନ୍ୟା ଜଳ ପ୍ରବାହିତ ହେଉଛି।ଏପରିକି ବନ୍ୟା ଜଳ ପଶି ଶହ ଶହ ହେକ୍ଟର ଧାନ ଫସଲ ନଷ୍ଟ ହେହୋଇଥିବା ବେଳେ ଓରବରସିଂହ ଗ୍ରାମପଞ୍ଚାୟତର ଡିହଖଳା,ଓରବରସିଂହ, ଦୁର୍ଗାପୁର,ହିରିମୂଳ ସଂପୂର୍ଣ୍ଣ ବାହ୍ୟଜଗତରୁ ବିଛିନ୍ନ।ବନ୍ୟାଘେରରେ ଥିବା ଗାଁକୁ ବୁଲି ଲୋକମାନଙ୍କ ସହିତ ଆଲୋଚନା କରିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି।ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଖୋର୍ଦ୍ଧା ବ୍ଲକର ଓରବରସିଂହ,ଡିହଖଳା,କୃଷ୍ଣପୁର,ଲେଖନପୁର,ଓ ନରଣଗଡ ଗ୍ରାମପଞ୍ଚାୟତ ବିଭିନ୍ନ ଗ୍ରାମରେ ବନ୍ୟା ପାଣି ପ୍ରବେଶ କରିଛି।ବନ୍ୟା ପାଣି ମାଡିଆସିବାରୁ ଓରବରସିଂହ ଗ୍ରାମପଞ୍ଚାୟତ ର ୫ଖଣ୍ଡ ଗ୍ରାମ ସଂପୂର୍ଣ୍ଣ ବାହ୍ୟ ଜଗତରୁ ବିଛିନ୍ନ ହୋଇପଡିଛି ।

ଏପରିକି ଉକ୍ତ ରାସ୍ତାରେ ଏବଂ ଗାଁ ଦାଣ୍ଡରେ ଚାରି ଫୁଟର ପାଣି ଚାଲିଛି।ବନ୍ୟା ପାଣି ପଶି ଧାନଫସଲ ନଷ୍ଟ କରିଦେଇଛି ଫସଲ କ୍ଷୟ କ୍ଷତି ଆକଳନ କରିବାପାଇଁ ପ୍ରଶାସନ ପକ୍ଷରୁ କେହି ଚାଷୀଙ୍କ ପାଖରେ ପହଞ୍ଚି ନାହାନ୍ତି। ଫଳରେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି ।ତେବେ ଏକ ସପ୍ତାହରୁ ଉର୍ଦ୍ଧ ଦିନ ହେବ ଲୋକମାନେ ଏବଂ ଗାଈ ଗୋରୁମାନେ ଭୋକ ଉପାସରେ ପଡିଥିବାରୁ ଏ ପର୍ୟ୍ୟନ୍ତ ରିଲିଫ ପହଞ୍ଚି ନଥିବାରୁ ଲୋକଙ୍କ ମନରେ ମଧ୍ୟ ଅସନ୍ତୋଷ ଦେଖାଦେଇଛି।ଶୁକ୍ରବାର ଖୋର୍ଦ୍ଧା ଜିଲ୍ଲାପାଳ ଓରବରସିଂହ ଗ୍ରାମପଞ୍ଚାୟତ ହିରିମୂଳ ଗ୍ରାମକୁ ରିଲିଫ ଡଙ୍ଗାରେ ଯାଇ ସ୍ଥାନୀୟ ଲୋକପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ଲୋକମାନଙ୍କୁ ବାତ୍ୟାଆଶ୍ରୟ ସ୍ଥଳିକୁ ସ୍ଥାନ୍ତାନ୍ତରିତ କରିବା ପାଇଁ ପରାମର୍ଶ ଦେଇଛନ୍ତି।ଏପରିକି ସେଠାରେ ଥିବା ଲୋକଙ୍କ ପାଇଁ ରନ୍ଧା ଖାଦ୍ୟ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବନ୍ୟା ପାଣି ଛାଡିଗଲା ପରେ ଆଶ୍ରୟସ୍ଥଳୀର ଥିବା ସ୍ଥାନୀୟ ଲୋକେ ନିଜ ଘରକୁ ଫେରି ଆସିବେ ବୋଲି କହିଛନ୍ତି ଜିଲ୍ଲାପାଳ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories