www.samajalive.in
Sunday, December 7, 2025
14.1 C
Bhubaneswar

କୋଭିଡ୍‍ ଆରୋଗ୍ୟ ହାର ୭୬.୪୭%କୁ ବୃଦ୍ଧି : ମୃତ୍ୟୁହାର ୧.୮୧ ପ୍ରତିଶତ

 

ନୂଆଦିଲ୍ଲୀ :  ଦେଶରେ କୋଭିଡ୍‍-୧୯ ଆରୋଗ୍ୟ ହାର ୭୬.୪୭ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୫ ହଜାର ୫୦ ସଂକ୍ରମିତ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ କରୋନାରୁ ଆରୋଗ୍ୟ ଲାଭ କରିଥିବା ଲୋକମାନଙ୍କ ସଂଖ୍ୟା ୨୬ ଲକ୍ଷ ୪୮ ହଜାର ୯୯୮ ରେ ପହଞ୍ଚିଛି।
କ୍ରମାଗତ ଭାବେ ଆରୋଗ୍ୟ ହାର ବୃଦ୍ଧି ପାଉଥିବାରୁ ଦେଶରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ଲୋକମାନଙ୍କ ସଂଖ୍ୟା ମୋଟ୍‍ ସଂକ୍ରମଣର ୨୧.୭୨% ରହିଛି। ଦେଶରେ ଗତ ୨୪ ଘଣ୍ଟାରେ ୭୬ ହଜାର ୪୭୨ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ୍‍ ସଂକ୍ରମିତଙ୍କ ସଂଖ୍ୟା ୩୪ ଲକ୍ଷ ୬୩ ହଜାର ୯୭୨ ରହିଛି।

- Advertisement -

ଚିକିତ୍ସିତ ହେଉଥିବା ସକ୍ରିୟ ସଂକ୍ରମିତମାନଙ୍କ ସଂଖ୍ୟା ୭ଲକ୍ଷ ୫୨ ହଜାର ୪୨୪ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧ ହଜାର ୨୧ ଜଣଙ୍କର ମୃତ୍ୟୁ ଘଟିବାରୁ କୋଭିଡ୍‍ ମୃତ୍ୟୁସଂଖ୍ୟା ୬୨ ହଜାର ୫୫୦ରେ ପହଞ୍ଚିଛି। ଦେଶରେ କରୋନା ଜନିତ ମୃତ୍ୟୁହାର ୧ .୮୧ ପ୍ରତିଶତ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି,  ସରକାରଙ୍କ ଦ୍ୱାରା ନମୁନା ପରୀକ୍ଷା, ସଂକ୍ରମିତମାନଙ୍କ ଚିହ୍ନଟ ଓ ଚିକିତ୍ସା ରଣକୌଶଳକୁ ତ୍ୱରାନ୍ୱିତ କରାଯିବା ଦ୍ୱାରା ଦେଶରେ ଆରୋଗ୍ୟ ହାର ବୃଦ୍ଧି ପାଇବାରେ ଲାଗିଛି ଓ ମୃତ୍ୟୁହାର ହ୍ରାସ ପାଉଛି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories