www.samajalive.in
Monday, December 8, 2025
24.1 C
Bhubaneswar

ଅର୍ଜୁନ ପୁରସ୍କାରରେ ପୁରସ୍କୃତ ଦୂତୀ ଚାନ୍ଦଙ୍କୁ ଅଭିନନ୍ଦନ ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

ଜାତୀୟ କ୍ରୀଡ଼ା ଦିବସ ଅବସରରେ ଦ୍ରୁତତମ ଧାବିକା ଓଡ଼ିଆ ଝିଅ ଦୂତୀ ଚାନ୍ଦ ମହାମହିମ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ ଠାରୁ ଭିଡିଓ କନଫରେନ୍ସ ଜରିଆରେ ଅର୍ଜୁନ ପୁରସ୍କାରରେ ପୁରସ୍କୃତ ହୋଇଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଓଡ଼ିଶାକୁ ଜାତୀୟ ସ୍ତରରେ ଗୌରବାନ୍ୱିତ କରିଛନ୍ତି ବୋଲି କହିବା ସହ ଆଗାମୀ ଦିନରେ ତାଙ୍କର ସଫଳତା କାମନା କରିଛନ୍ତି ଶ୍ରୀ ପ୍ରଧାନ ।

ସେହିପରି କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ପାରା ଆଥଲେଟ୍ ଜୟନ୍ତୀ ବେହେରା ଓ ହକି ଖେଳାଳୀ ଦୀପଗ୍ରେସ ଏକ୍କାଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଏବଂ ସାହାସିକତା ପାଇଁ ପୁରସ୍କୃତ ହୋଇଥିବା ପୂର୍ଣ୍ଣିମା ଗିରି ଓ ସବିତା ଗିରିଙ୍କୁ ମଧ୍ୟ ଶ୍ରୀ ପ୍ରଧାନ ଅଭିନନ୍ଦନ ଜଣାଇଛନ୍ତି ।

- Advertisement -

କ୍ରୀଡ଼ା କ୍ଷେତ୍ର ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ ହୋଇଥିବା କ୍ରୀଡ଼ା ପ୍ରତିଭା ଓ ପ୍ରଶିକ୍ଷକଙ୍କୁ ଶ୍ରୀ ପ୍ରଧାନ ସାଧୁବାଦ ଜଣାଇବା ସହ ସମସ୍ତେ କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଓଡ଼ିଶା ପାଇଁ ସୁନାମ ଆଣିଛନ୍ତି । ସମସ୍ତଙ୍କ ପ୍ରଚେଷ୍ଟା ଯୁବପିଢ଼ିଙ୍କୁ ପ୍ରେରଣା ଯୋଗାଇବ ବୋଲି ସେ କହିଛନ୍ତି ।

 

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories