www.samajalive.in
Monday, December 8, 2025
14.1 C
Bhubaneswar

ପରୀକ୍ଷା ଦେଉଥିବା ସବୁ ପିଲା ଆମ ପରିବାରର, ସେମାନଙ୍କ ସାଥୀରେ ରୁହ: ଦଳୀୟ ସହଯୋଗୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ବିଜୁ ଜନତା ଦଳ ବିଧାୟକମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଭରଚ୍ୟୁଆଲ ପରାମର୍ଶ

ଭୁବନେଶ୍ଵର: ବିଜୁଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ରବିବାର ଦଳର ସମସ୍ତ ବିଧାୟକଙ୍କ ସହ ଭର୍ଚ୍ୟୁଆଲ ବୈଠକରେ ଆଲୋଚନା କରିଛନ୍ତି । କରୋନା ସଂକ୍ରାନ୍ତ ଆଲୋଚନା କାଳରେ ମୁଖ୍ୟମନ୍ତ୍ରୀ ଦଳୀୟ ସହଯୋଗୀଙ୍କୁ ଏନଇଇଟି ଓ ଜେଇଇ ମୁଖ୍ୟ ପରୀକ୍ଷା ଦେଉଥିବା ପିଲାମାନଙ୍କୁ ସହାୟତା କରିବାକୁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ପରୀକ୍ଷା ଦେଉଥିବା ସବୁ ପିଲା ଆମ ପରିବାରର । ସେମାନଙ୍କୁ ଯଥାସମ୍ଭବ ସହାୟତା କରନ୍ତୁ ଓ ସେମାନଙ୍କ ସାଥୀରେ ରୁହନ୍ତୁ । ମୁଁ ସବୁବେଳେ କହି ଆସିଛି ଯେ, ସାଢେ ଚାରି କୋଟି ଓଡିଶାବାସୀ ହେଉଛନ୍ତି ମୋ ପରିବାର । ସେମାନଙ୍କ କଲ୍ୟାଣ ଆମ ଦାୟିତ୍ବ । ‘ଓଡିଶା – ମୋ ପରିବାର’କାର୍ଯ୍ୟକ୍ରମରେ ଏ ସମୟରେ ପିଲାଙ୍କୁ ସବୁ ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

- Advertisement -

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ  କରୋନା ସଂକ୍ରମଣରେ ଭାରତ ଆଜି ସାରା ବିଶ୍ବରେ ସବୁଠାରୁ ଉପରେ ଅଛି। ଆମ ଦେଶରେ ପ୍ରତି ଦୁଇ ଦିନରେ ଏକ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହେଉଛନ୍ତି । ଆମ ରାଜ୍ୟ ଓଡିଶା ମଧ୍ୟ କରୋନାର କଡା ମୁକାବିଲା କରୁଛି। ଆମର କୋଭିଡ ଯୋଦ୍ଧାମାନଙ୍କର ତ୍ୟାଗ ଓ ପରିଶ୍ରମ ଏବଂ ଆପଣମାନଙ୍କ ସହଯୋଗ ଯୋଗୁ ରାଜ୍ୟରେ ଆରୋଗ୍ୟ ହାର ବଢୁଛି ଓ ମୃତ୍ୟୁ ହାର ସବୁଠାରୁ କମ୍‌ ଅଛି।  ଏହି ସଂକଟ ସମୟରେ ଆପଣମାନେ ଲୋକଙ୍କ ସାଥିରେ ରୁହନ୍ତୁ । ଆମର କୋଭିଡ ଯୋଦ୍ଧା ମାନଙ୍କ ସାଥିରେ ରୁହନ୍ତୁ । ସେମାନଙ୍କ କାମକୁ ପ୍ରଶଂସା କରନ୍ତୁ । ସେମାନଙ୍କ ସୁଖ ଦୁଃଖରେ ସାମିଲ ହୁଅନ୍ତୁ । ମୃତ କୋଭିଡ ରୋଗୀଙ୍କ ଶବ ସଂସ୍କାର କ୍ଷେତ୍ରରେ କେତେକ ଅସୁବିଧା ହେଉଛି । ଏଥିପାଇଁ ଆପଣ ଲୋକଙ୍କୁ ବୁଝାନ୍ତୁ ଏବଂ ମୃତ ଦେହ ସଂସ୍କାରରେ ସହଯୋଗ କରନ୍ତୁ ।

ଗଞ୍ଜାମରେ ଆଜିଠାରୁ ୫ଟି କୋଭିଡ଼ ଗୃହ ବନ୍ଦ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଏହି ଅବସରରେ ସୂଚନା ଦେଇଛନ୍ତି । ଗଞ୍ଜାମର ପରିସ୍ଥିତିରେ ଦୃତ ଉନ୍ନତି ଆସୁଥିବା ଉଲ୍ଲେଖ କରି ସେ ଖୋର୍ଦ୍ଧା ଓ କଟକରେ ପରିଚାଳନା କରିବା ପାଇଁ ଆମକୁ ଅଧିକ ପରିଶ୍ରମ କରିବାକୁ ଅନୁରୋଧ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ କୋଭିଡ଼ ଯୋଗୁ ଅନ୍ୟ ରାଜ୍ୟରେ ଥିବା ଆମର ୧୦ ଲକ୍ଷ ଭାଇଭଉଣୀ ଓଡିଶା ଫେରିଛନ୍ତି । ସେମାନଙ୍କ ମଧ୍ୟରୁ କେହି ବି ଯୋଗ୍ୟ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବ ନାହିଁ, ସେଥିପ୍ରତି ଆପଣ ଧ୍ୟାନ ଦିଅନ୍ତୁ । ସେହିପରି ଅନ୍ୟ ରାଜ୍ୟରୁ ଆସୁଥିବା ଭାଇଭଉଣୀ ମାନେ ଯେପରି ନିର୍ମାଣ ଶ୍ରମିକ ଯୋଜନା ପାଇଁ ସୁବିଧାରେ ପଞ୍ଜିକରଣ କରିପାରିବେ, ସେଥିରେ ଆପଣ ସହଯୋଗ କରନ୍ତୁ ।

ଲଘୁଚାପ ବର୍ଷାରେ ରାଜ୍ୟରେ ବନ୍ୟା ଆସିଛି । ଲୋକଙ୍କ ଏ ଅସୁବିଧା ସମୟରେ ଆପଣ ଲୋକଙ୍କ ସାଥିରେ ରୁହନ୍ତୁ । ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ବିଧାୟକମାନଙ୍କୁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି  ବର୍ତ୍ତମାନ କେବଳ ସାରା ଓଡିଶା ନୁହେଁ, ସାରା ଭାରତର ଅର୍ଥନୀତି ଆହ୍ବାନମୂଳକ ସମୟ ଦେଇ ଗତି କରୁଛି। ତଥାପି ଲୋକଙ୍କ କଲ୍ୟାଣ ପାଇଁ ବିଧାୟକ ପାଣ୍ଠିକୁ ଆଉ ୧ କୋଟି ଟଙ୍କା ଦେବା ପାଇଁ ମୁଁ ନିର୍ଦ୍ଦେଶ ଦେଇଛି। ଏହି ଟଙ୍କାରେ ସ୍ବୟଂ ସହାୟକ ଗୋଷ୍ଠୀରୁ ମାସ୍କ ମଧ୍ୟ କିଣା ଯାଇ ପାରିବ । ଏହାଦ୍ବାରା ସ୍ବୟଂ ସହାୟକ ଗୋଷ୍ଠୀର ମା ମାନେ ରୋଜଗାର ପାଇବେ ଏବଂ ଲୋକମାନେ ମଧ୍ୟ ନିରାପଦ ରହିବେ।


କୋଭିଡ ଏବଂ ବନ୍ୟା ପରିସ୍ଥିତିରେ ପିଲାଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଏନଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବା ପାଇଁ ମୁଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲି;  କିନ୍ତୁ ହେଲା ନାହିଁ।  ପିଲାମାନେ ଆମ ଦେଶର ଭବିଷ୍ୟତ ଓଡ଼ିଶାର ଭବିଷ୍ୟତ ।ସେମାନେ ଆମ ପରିବାର ର ଓ ସେମାନଙ୍କ ସୁରକ୍ଷା ଆମ ଦାୟିତ୍ବ । ତେଣୁ ପିଲାମାନେ ଯେପରି ଭଲରେ ଭଲରେ ପରୀକ୍ଷା ଦେବେ, ସେଥିପାଇଁ ରାଜ୍ୟ ସରକାର ମାଗଣାରେ ପରିବହନ ଓ ରହିବାର ବ୍ୟବସ୍ଥା କରିଛନ୍ତି। ଆପଣଙ୍କ ଅଞ୍ଚଳର ପିଲାମାନେ ଯେପରି ସୁବିଧାରେ ପରୀକ୍ଷା ଦେବେ, ସେଥିରେ ଆପଣ ପୁରା ସହଯୋଗ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories