www.samajalive.in
Saturday, December 6, 2025
19.1 C
Bhubaneswar

ଜେଇଇ ଓ ନିଟ୍ ପରୀକ୍ଷା ପାଇଁ ବିଏମସିର ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ଜେଇଇ ଓ ନିଟ୍ ପରୀକ୍ଷାର ସୁପରିଚାଳନା ପାଇଁ ଭୁବନେଶ୍ୱର ମହାନଗର ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ରାଜଧାନୀରେ ୬ଟି ପରୀକ୍ଷା କେନ୍ଦ୍ର ହୋଇଥିବା ବେଳେ ୮ଟି ସ୍ଥାନରେ ପିଲାମାନେ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। କରୋନା ସଂକ୍ରମଣ ମଧ୍ୟ କିପରି ନ ବ୍ୟାପିବ ସେ ଦିଗକୁ ଗୁରୁତ୍ବ ଦିଆଯାଇଛି। ପିଲାଙ୍କ ରହଣି କେନ୍ଦ୍ରରେ ସ୍ବତନ୍ତ୍ର କୋଭିଡ ନୀରିକ୍ଷକ ମାନେ ରହିବେ। ସବୁ ପରୀକ୍ଷା କେନ୍ଦ୍ରରେ ସାନିଟାଇଜିଂ ବ୍ୟବସ୍ଥା ରହିବ। କେନ୍ଦ୍ର ବାହାରେ ଭିଡ଼ ଏଡ଼ାଇବାକୁ ମାଇକରେ ସଚେତନ କରାଯିବ।

ପରୀକ୍ଷା ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯିବ। କେନ୍ଦ୍ର ଭିତରେ, ବାହାରେ ଓ ଟ୍ରାଫିକ ପାଇଁ ସ୍ବତନ୍ତ୍ର ପୁଲିସ ରହିବା ପିଲାଙ୍କ ଯିବା ଆସିବା ସୁବିଧା ପାଇଁ କେନ୍ଦ୍ର ବାହାରେ ଅଟୋ ରହିବ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories