www.samajalive.in
Monday, December 8, 2025
27.1 C
Bhubaneswar

ସେପ୍ଟେମ୍ବର ୩୦ ସୁଦ୍ଧା ୟୁ.ଜି. ଏବଂ ପି.ଜି. ଶେଷ ବର୍ଷ ସେମିଷ୍ଟାର ଫାଇନାଲ ପରୀକ୍ଷା

ଭୁବନେଶ୍ୱର : ରାଜ୍ୟ ବିଶ୍ୱବିଦ୍ୟାଳୟ ଓ ସ୍ୱୟଂଶାସିତ ମହାବିଦ୍ୟାଳୟର ଅଣ୍ଡର ଗ୍ରାଜୁଏଟ୍‍ ଶେଷ ବର୍ଷ ସେମିଷ୍ଟାର ଫାଇନାଲ ପରୀକ୍ଷା ଏବଂ ପୋଷ୍ଟ୍‍ ଗ୍ରାଜୁଏଟ୍‍ ଶେଷବର୍ଷ ସେମିଷ୍ଟାର ଫାଇନାଲ ପରୀକ୍ଷା ସେପ୍ଟମ୍ବର ୩୦ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ ଏବଂ ଅକ୍ଟୋବର ୩୧ ତାରିଖ ସୁଦ୍ଧା ସମସ୍ତ ପରୀକ୍ଷା ଫଳ ପ୍ରକାଶ କରାଯିବ। ୟୁ.ଜି.ସି. ମାର୍ଗଦର୍ଶିକା ଅନୁଯାୟୀ ପରୀକ୍ଷା ଅଫଲାଇନ୍‍, ଅନ୍‍ଲାଇନ୍‍, ବ୍ଲେଣ୍ଡେଡ୍‍ (ଅନ୍‍ଲାଇନ୍‍ + ଅଫଲାଇନ୍‍) ମଲ୍ଟିପୁଲ୍‍ ଚଏସ୍‍ , ଓପନ୍‍ ବୁକ୍‍ ଏବଂ ଓ.ଏମ୍‍.ଆର୍‍ ଆଦି ଯେକୌଣସି ଅନୁମୋଦିତ ପଦ୍ଧତିରେ କରାଯାଇପାରିବ। ସଂପୃକ୍ତ ବିଶ୍ୱ ବିଦ୍ୟାଳୟ ଓ ସ୍ୱଂୟ ଶାସିତ ମହାବିଦ୍ୟାଳୟମାନେ ଉପଯୁକ୍ତ ପରୀକ୍ଷା ପଦ୍ଧତି ବିଷୟରେ ନିଷ୍ପତ୍ତି ନେବେ। ଆଜି ଭିଡ଼ିଓ କନ୍‍ଫେର୍‍ନ୍ସିଂ ମାଧ୍ୟମରେ ବିଶ୍ୱବିଦ୍ୟାଳୟର କୁଳପତି ଏବଂ ସ୍ୱଂୟଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କର ଅନୁଷ୍ଠିତ ବୈଠକରେ ଉପରୋକ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବୈଠକରେ କୃଷି ଓ କୃଷକ ଶସକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ, ଉଚ୍ଚଶିକ୍ଷା ବିଭାଗର ଆୟୁକ୍ତ-ତଥା-ଶାସନ ସଚିବ. ଶ୍ରୀ ଶାଶ୍ୱତ ମିଶ୍ର, ଉଚ୍ଚଶିକ୍ଷା
ପରିଷଦର ଉପାଧ୍ୟକ୍ଷ, ଶ୍ରୀ ଅଶୋକ ଦାସଙ୍କ ସମେତ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି, ବିଭାଗୀୟ ବରିଷ୍ଠ ଅଧିକାରୀ ଏବଂ ସ୍ୱଂୟ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଅଧ୍ୟକ୍ଷାମାନେ ଭିଡିଓ କନ୍‍ଫେର୍‍ନ୍ସିଂ ମାଧ୍ୟମରେ ଯୋଗ ଦେଇଥିଲେ।  ୟୁ.ଜି.ସି. ମାର୍ଗଦର୍ଶିକା ଅନୁସାରେ ଯେଉଁ ଛାତ୍ରଛାତ୍ରୀମାନେ ଫାଇନାଲ ପରୀକ୍ଷା ଦେବାକୁ ଚାହିଁବେ ନାହିଁ କିମ୍ବା ଦେଇପାରିବେ ନାହିଁ , ସେମାନଙ୍କ ନିମନ୍ତେ କୋଭିଡ୍‍-୧୯ ପରିସ୍ଥିତି ସୁଧୁରିଲେ ବିଶ୍ୱବିଦ୍ୟାଳୟ/ ସଂୟଶାସିତ ମହାବିଦ୍ୟାଳୟ ପକ୍ଷରୁ ସ୍ୱତନ୍ତ୍ର ପରୀକ୍ଷା ପେନ୍‍ ଏବଂ ପେପର ମୋଡରେ ଡିସେମ୍ବର,
୨୦୨୦ରେ କରିବାପାଇଁ ବ୍ୟବସ୍ଥା କରାଯିବ। ଏଥିସହିତ ଫାଇନାଲ୍‍ ସେମିଷ୍ଟାର ବା ଶେଷ ବର୍ଷର ଛାତ୍ରଛାତ୍ରୀମାନଙ୍କ ବ୍ୟାକ୍‍ ପେପର ପରୀକ୍ଷା କରାଯାଇ ଅକ୍ଟୋବର ୩୧ ତାରିଖ ସୁଦ୍ଧା ଫଳ ପ୍ରକାଶ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories