www.samajalive.in
Saturday, December 6, 2025
15.1 C
Bhubaneswar

ବୌଦ୍ଧରେ ସ୍ୱାୟତ୍ତ ଶାସନ ଦିବସ ପାଳିତ, ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହେଲା ମାଇକ୍ରୋ କମ୍ପୋଷ୍ଟ କେନ୍ଦ୍ର 

ବୌଦ୍ଧ : ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ନିରାଡମ୍ବର ଭାବରେ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। କରୋନା କଟକଣା ଯୋଗୁଁ ସମସ୍ତ କାର୍ୟ୍ୟକ୍ରମକୁ ସ୍ଥଗିତ ରଖାଯିବା ସହିତ ଜିଲ୍ଲାପାଳ ତଥା ବିଜ୍ଞାପିତ ଅଞ୍ଚଳ ପରିଷଦର ପ୍ରଶାସକ ଲଲାଟେନ୍ଦୁ ମିଶ୍ର ମୁଖ୍ୟଅତିଥି ଭାବରେ ଯୋଗଦେଇ ପରିଷଦ କାର୍ୟ୍ୟାଳୟଠାରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଉପସ୍ଥିତ କର୍ମଚାରୀମାନଙ୍କୁ ନିଷ୍ଠାର ସହିତ ସହରବାସୀଙ୍କ ସେବା କରିବାକୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଅତିରିକ୍ତ ଜିଲାପାଳ ଏନସି ଜ୍ୟୋତିରଂଜନ ନାଏକ, ପରିଷଦର ନିର୍ବାହୀ ଅଧିକାରୀ ଇଂ. ମନୋରଂଜନ ପଣ୍ଡାଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ପରେ ମୁଖ୍ୟଅତିଥିଙ୍କ ଦ୍ୱାରା ସହରର ବିଭିନ୍ନ ଛକରେ ସ୍ଥାପିତ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ବୌଦ୍ଧବାସୀଙ୍କ ପାଇଁ ଦୀର୍ଘବର୍ଷ ହେଲା ବର୍ୟ୍ୟବସ୍ତୁ ପରିଚାଳନା ମୁଣ୍ଡବ୍ୟଥାର କାରଣ ପାଲଟିଥିବାବେଳେ ପବିତ୍ର ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ମାଇକ୍ରୋ କମ୍ପୋଷ୍ଟ କେନ୍ଦ୍ରକୁ ଲୋକାର୍ପିତ କରିଥିଲେ। ଏହି ଅବସରରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ କୁମାର ଜେନା ଉପସ୍ଥିତ ଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories