www.samajalive.in
Sunday, December 14, 2025
15.1 C
Bhubaneswar

ଘୂର୍ଣ୍ଣିବଳୟ ପ୍ରଭାବରେ ତିନିଦିନ ବର୍ଷା

ଭୁବନେଶ୍ବର: ପଶ୍ଚିମବଙ୍ଗ ଉପରେ ଆସନ୍ତାକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହିତ ସେପ୍ଟେମ୍ବର ୨ରେ ଝାଡ଼ଖଣ୍ଡ ଉପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାଫଳରେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି।
ଆସନ୍ତାକାଲି ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରିର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାଛଡ଼ା ଉପକୂଳ ଓଡ଼ିଶା ସମେତ ବଲାଙ୍ଗୀର, ସୋନପୁର, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ ବଜ୍ରପାତର ସୂଚନା ରହିଛି। ସେହିପରି ୨ତାରିଖରେ ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ମାଲକାନଗିରି, କୋରାପୁଟ, ରାୟଗଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ବଲାଙ୍ଗୀରର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଆସନ୍ତା ୩ତାରିଖରେ ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ ଆସନ୍ତାକାଲି ପଶ୍ଚିମବଙ୍ଗ ଏବଂ ୨ତାରିଖରେ ଓଡ଼ିଶା ଓ ଝାଡ଼ଖଣ୍ଡ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପାଗରେ କିଛି ପରିବର୍ତ୍ତନ ହୋଇପାରେ। ସମସ୍ତ ଉପକୂଳବର୍ତ୍ତୀ ଜିଲା ଓ ଏହାର ସଂଲଗ୍ନ ଜିଲାଗୁଡ଼ିକରେ ମଙ୍ଗଳବାର ସ୍ବଳ୍ପ ବର୍ଷାର ସମ୍ଭାବନା ଥିବାବେଳେ ଆସନ୍ତା ବୁଧବାର ଓ ଗୁରବାର ଦକ୍ଷିଣ ଉପକୂଳ, ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲାରେ ସ୍ବଳ୍ପ ବର୍ଷା ହୋଇପାରେ। ଶୁକ୍ରବାର କିଛି ସ୍ଥାନରେ ହାଲୁକାରୁ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories