www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ ବରିଷ୍ଠ ରାଜନେତା ପ୍ରଣବ ମୁଖାର୍ଜୀଙ୍କୁ ଅର୍ପଣ କଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ : ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କର ଆଜି ଅପରାହ୍ନ ସମୟରେ ଦିଲ୍ଲୀର ଲୋଧୀ ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସତ୍କାର କରାଯିବ। ପ୍ରାୟ ୧୨ଟା ସମୟରେ ତାଙ୍କର ପ୍ରାର୍ଥିବ ଶରୀରର ଶେଷ ଦର୍ଶନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେଠାରେ ପହଞ୍ଚି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରକ୍ଷାମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଆର୍ମିର ହସ୍ପିଟାଲରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପ୍ରାର୍ଥିବ ଶରୀରକୁ ୧୦ ,ରାଜାଜୀ ମାର୍ଗ ସ୍ଥିତ ସରକାରୀ ଆବାସକୁ ଅଣାଯାଇଛି। ଏଠାରେ ହିଁ ସଭିଏଁ ତାଙ୍କର ଶେଷ ଦର୍ଶନ କରୁଛନ୍ତି।
ମୋଦୀଙ୍କ କ୍ୟାବିନେଟ ବୈଠକରେ ଭିଡ଼ିଓ କନଫରେନ୍ସ ଜରିଆରେ ଏହି ବୈଠକରେ ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ ତାଙ୍କ ନିଧନରେ ଏକ ପ୍ରସ୍ତାବ ମଧ୍ୟ ଗୃହୀତ କରାଯିବ।
ରାଜାଜୀ ମାର୍ଗରେ ସ୍ଥିତ ତାଙ୍କ ବାସସ୍ଥଳୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ଉପରାଷ୍ଟ୍ରପତି ଓ ଅନ୍ୟ ବହୁ ବରିଷ୍ଠ ରାଜ ନେତାମାନେ ପ୍ରଣବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ତାଙ୍କର ଶେଷ ଦର୍ଶନ କରିଛନ୍ତି। ଏହା ପୂର୍ବରୁ ସମସ୍ତ ଅଂଚଳକୁ ସାନିଟାଇଜ କରାଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories