www.samajalive.in
Tuesday, December 9, 2025
15.1 C
Bhubaneswar

ପିଏମ କିସାନ ସମ୍ପଦା ଯୋଜନାରେ ୨୭ଟି ପ୍ରକଳ୍ପକୁ ମଞ୍ଜୁରୀ

ଦେଶରେ ସମନ୍ୱିତ ଶୀତଳୀକରଣ ବ୍ୟବସ୍ଥା ତଥା ଭିତ୍ତିଭୂମି ବିକାଶ ପାଇଁ ପ୍ରଧାନମନ୍ତ୍ରୀ କିସାନ ସମ୍ପଦା ଯୋଜନା ଅଧୀନରେ କେନ୍ଦ୍ର ସରକାର ଆଜି ୨୭ଟି ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହା ୧୬ ହଜାରରୁ ଅଧିକ ଲୋକଙ୍କ ପାଇଁ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ନିଯୁକ୍ତି ସୃଷ୍ଟି କରିବା ସହ ପ୍ରାୟ ଦୁଇ ଲକ୍ଷ ୫୭ ହଜାର ଚାଷୀଙ୍କୁ ଉପକୃତ କରିବ। କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରୀ ହରସିମରତ କୌର ବାଦଲ କହିଛନ୍ତି ଯେ ପର୍ଯ୍ୟାପ୍ତ ଭିତ୍ତିଭୂମି ଯୋଗାଇ ନଷ୍ଟ ହୋଇଯାଉଥିବା ଉତ୍ପାଦକୁ ସଂରକ୍ଷଣ କରିବା ଦ୍ୱାରା କୃଷକଙ୍କ ଆୟ ବୃଦ୍ଧିରେ ସହାୟକ ହେବ ଏବଂ ଫଳ ଏବଂ ପନିପରିବା କ୍ଷେତ୍ରରେ ଭାରତ ଆତ୍ମନିର୍ଭରଶୀଳ ହୋଇପାରିବ।

ସେ କହିଛନ୍ତି ଯେ ଏହି ପ୍ରକଳ୍ପଗୁଡିକ କୃଷି ଯୋଗାଣ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବାରେ ସାହାଯ୍ୟ କରିବ ଏବଂ ଗ୍ରାମାଞ୍ଚଳରେ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏହି ୨୭ଟି ନୂତନ ପ୍ରକଳ୍ପ ଅଧୀନରେ ଆନ୍ଧ୍ରପ୍ରଦେଶ, ବିହାର, ଗୁଜୁରାଟ, ହରିୟାଣା, କର୍ଣ୍ଣାଟକ, କେରଳ, ମଧ୍ୟପ୍ରଦେଶ, ପଞ୍ଜାବ, ରାଜସ୍ଥାନ, ତାମିଲନାଡୁ ଏବଂ ଉତ୍ତରପ୍ରଦେଶ ସମେତ ବିଭିନ୍ନ ରାଜ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ର ପାଇଁ ଆଧୁନିକ ଓ ଅଭିନବ ଭିତ୍ତିଭୂମି ପାଇଁ ୭୪୩ କୋଟି ଟଙ୍କା ବିନିଯୋଗ କରାଯିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories