www.samajalive.in
Saturday, December 6, 2025
26.1 C
Bhubaneswar

ପାରିବାରିକ କଳହ; କୂଅକୁ ଡେଇଁ ସ୍ୱାମୀ-ସ୍ତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ବ୍ରହ୍ମପୁର : ପାରିବାରିକ କଳହ ଯୋଗୁ ୪୦ ଫୁଟ କୂଅ ଭିତରକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ସ୍ୱାମୀ ଓ ସ୍ତ୍ରୀ। ହେଲେ ସୌଭାଗ୍ୟବଶତଃ ସେମାନେ ବଞ୍ଚିଯାଇଛନ୍ତି। ଅଗ୍ନିଶମ ବିଭାଗ ଉଭୟଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି। ବ୍ରହ୍ମପୁର ଶାସ୍ତ୍ରୀନଗର ୩ୟ ଲାଇନରେ ସୋମବାର ଅପରାହ୍ନରେ ଏହି ଘଟଣା ଘଟିଛି।

ମିଳିଥିବା ସୂଚନା ଅନୁସାରେ, ଶାସ୍ତ୍ରୀନଗରର ରାମଚନ୍ଦ୍ର ସାହୁ(୩୧) ଓ ପତ୍ନୀ ସୁନିତା ସାହୁ(୨୫)ଙ୍କ ମଧ୍ୟରେ ଅନେକ ସମୟରେ ଝଗଡା ହେଉଥିଲା। ଆଜି ଏହା ଚରମ ସ୍ଥିତିରେ ପହଁଞ୍ଚିଥିଲା। ପ୍ରଥମେ ସୁନିତା କୂଅ ଭିତରକୁ ଡେଇଁଥିବାବେଳେ ପରେ ତାଙ୍କ ସ୍ୱାମୀ ମଧ୍ୟ ଡେଇଁ ପଡ଼ିଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଂଚି ଉଭୟଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି ବୋଲି ଅଗ୍ନିଶମ କେନ୍ଦ୍ର ସହକାରୀ ଅଧିକାରୀ ସନାତନ ମହାପାତ୍ର କହିଛନ୍ତି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories