www.samajalive.in
Sunday, December 7, 2025
23.1 C
Bhubaneswar

ବରୀ ବିଧାୟିକା ସୁନନ୍ଦା ଦାସ ଓ ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ ରାଉତ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ଯାଜପୁର ଜିଲ୍ଲା ବରୀ ବିଧାୟିକା ସୁନନ୍ଦା ଦାସ ଓ ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବିଧାୟକ ସୁଶାନ୍ତ କୁମାର ରାଉତ ଏ ସମ୍ପର୍କରେ ନିଜେ ଫେସବୁକରେ ସୂଚନା ଦେଇଥିବାବେଳେ ବିଧାୟିକା ସୁନନ୍ଦା ଦାସ ଟ୍ବିଟ୍‌ କରି କରୋନା ପଜିଟିଭ୍‌ ଥିବା ସୂଚନା ଦେଇଛନ୍ତି।

ଭୁବନେଶ୍ବର(ଉତ୍ତର) ବିଧାୟକ ସୁଶାନ୍ତ ରାଉତ ଫେସ୍‌ବୁକ୍‌ ପେଜ୍‌ରେ ଲେଖିଛନ୍ତି ଯେ ତାଙ୍କର କରୋନା ପରୀକ୍ଷା ହୋଇଥିଲା ଏବଂ ରିପୋର୍ଟ ପଜିଟିଭ ବାହାରିଛି। କରୋନା ଆକ୍ରାନ୍ତ ଜଣାପଡ଼ିବା ପରେ ସେ ଏବେ ଘରେ ଆଇସୋଲେସନ୍‌ରେ ରହିଛନ୍ତି ଓ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ସେମାନଙ୍କ ସ୍ୱାସ୍ଥ୍ୟପରୀକ୍ଷା କରାଇନେବା ଆବଶ୍ୟକ ବୋଲି ସେ ପରାମର୍ଶ ଦେଇଛନ୍ତି ।
ସେହିପରି ବରୀ ବିଧାୟିକା ସୁନନ୍ଦା ଦାସ ମଧ୍ୟ ଟ୍ବିଟ୍‌ ଯୋଗେ ସେ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି। ସେ ଏବେ ଘରେ ଆଇସୋଲେସନ୍‌ରେ ରହିଛନ୍ତି ଓ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ସେମାନଙ୍କ ସ୍ୱାସ୍ଥ୍ୟପରୀକ୍ଷା କରାଇନେବା ଉଚିତ ବୋଲି ସେ ପ୍ରକାଶ କରିଛନ୍ତି।
ଗତକାଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା । ପୂର୍ବରୁ ବିଜେଡ଼ି ବିଧାୟକ ଦେବୀ ମିଶ୍ର ଓ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ଦେଇଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories