www.samajalive.in
Wednesday, December 10, 2025
14.1 C
Bhubaneswar

ଘୂର୍ଣ୍ଣିବଳୟ: ୬ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ ଓ ବାଲେଶ୍ବରର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନ ରହିଛି। ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାର କିଛି ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଏହାଛଡ଼ା ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଓ ଅନୁଗୋଳରେ ବଜ୍ରପାତର ଆଶଙ୍କା ରହିଛି। ପରବର୍ତ୍ତୀ ୨୪ଘଣ୍ଟାରେ ସୋନପୁର, ସମ୍ବଲପୁର, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି ଓ ଅନୁଗୋଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ବର୍ଷା ଓ ବଜ୍ରପାତର ଆଶଙ୍କା ଥିବା ଅଞ୍ଚଳରେ ଜନସାଧାରଣ ସତର୍କତା ଅବଲମ୍ବନ କରିବା ନିମନ୍ତେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଘୂର୍ଣ୍ଣିବଳୟ: ୬ ଜିଲାରେ…

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories