www.samajalive.in
Sunday, December 7, 2025
13.1 C
Bhubaneswar

କରୋନା କବଳରେ ଓଡ଼ିଶାର ରାଜନେତା: ୧୭ ବିଧାୟକ, ୨ ସାଂସଦଙ୍କ ପରେ ମାନସ ଓ ଶ୍ରୀମୟୀଙ୍କ ରିପୋର୍ଟ ପଜିଟିଭ୍

ରାଜ୍ୟରେ କରୋନା ସଂକ୍ରମଣ ଦିନକୁଦିନ ବଢ଼ୁଛି । ଏକଦା ହଟସ୍ପଟ ପାଲଟିଥିବା ଗଞ୍ଜାମ ଜିଲାରେ ସ୍ଥିତି ନିୟନ୍ତ୍ରଣକୁ ଆସୁଥିବାବେଳେ ଖୋର୍ଧା ଓ କଟକ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧୭ ମନ୍ତ୍ରୀ ଓ ବିଧାୟକ,  ୨ ସାଂସଦ, ୨ କେନ୍ଦ୍ରମନ୍ତ୍ରୀ କରୋନା ସଂକ୍ରମିତ ହୋଇଥିବାବେଳେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ତଥା ବିଜେଡ଼ି ସାଧାରଣ ସମ୍ପାଦକ (ଗଣମାଧ୍ୟମ) ମାନସ ମଙ୍ଗରାଜ, ଓଟିଡ଼ିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ଲଘୁ ଉଦ୍ୟୋଗ ନିଗମ ଅଧ୍ୟକ୍ଷ ଚିନ୍ମୟ ସାହୁ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ଆଜି କରୋନା ସଂକ୍ରମିତ ହୋଇଥିବା  ପଟାଙ୍ଗି ବିଧାୟକ ପୀତମ ପାଢ଼ୀ ଓ ଗଣମାଧ୍ୟମ ଉପଦେଷ୍ଟା ଶ୍ରୀ ମଙ୍ଗରାଜଙ୍କୁ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ।

ପ୍ରଥମ ବିଧାୟକ ଭାବରେ ନୀଳଗିରି ବିଧାୟକ ସୁକାନ୍ତ ନାୟକ କରୋନା ସଂକ୍ରମିତ ହୋଇଥିଲେ । ଏହାପରେ ରେମୁଣା ବିଧାୟକ ସୁଧାଂଶୁ ଶେଖର, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନା ପୀଡ଼ିତ ହୋଇଥିବା ଖବର ମିଳିଥିଲା । ପରବର୍ତୀ ସମୟରେ  ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ, ଆଠଗଡ ବିଧାୟକ ଦେବୀ ପ୍ରସାଦ ମିଶ୍ର, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ କରୋନା ଆକ୍ରାନ୍ତ ହୋଇଥିଲେ । ପରବର୍ତୀ ସମୟରେ ବରୀ ବିଧାୟିକା ସୁନନ୍ଦା ଦାସ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ପଟାଙ୍ଗି ବିଧାୟକ ପୀତମ ପାଢ଼ୀ, ଭୁବନେଶ୍ବର ଉତ୍ତର ବିଧାୟକ ସୁଶାନ୍ତ ରାଉତ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଅନ୍ୟପକ୍ଷରେ ରାଜ୍ୟର ଦୁଇ ମନ୍ତ୍ରୀ ସୁଶାନ୍ତ ସିଂହ ଓ ଅରୁଣ ସାହୁ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେବା ସହ ନିଜକୁ ସଙ୍ଗରୋଧରେ ରଖିଥିଲେ ଓ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଇଥିଲେ ।

- Advertisement -

ଅନ୍ୟପକ୍ଷରେ ରାଜ୍ୟସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ତଥା ଦଳର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ, ଓଟିଡ଼ିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, କ୍ଷୁଦ୍ରଶିଳ୍ପ ନିଗମ ଅଧ୍ୟକ୍ଷ ଚିନ୍ମୟ ସାହୁ ପ୍ରମୁଖଙ୍କ କରୋନା ପରୀକ୍ଷା ରିପୋର୍ଟ ପଜିଟିଭ୍ ଆସିବା ପରେ ସେମାନେ ଚିକିତ୍ସାଧୀନ ଥିବା ସୂଚନା ମିଳିଛି । ଅଧିକାଂଶ କ୍ଷେତ୍ରରେ କରୋନା ରିପୋର୍ଟ ପଜିଟିଭ୍ ଆସିଥିବା ସତ୍ତ୍ବେ ସଂକ୍ରମିତଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇ ନ ଥିବା ଦେଖା ଯାଇଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories