www.samajalive.in
Sunday, December 7, 2025
18.1 C
Bhubaneswar

ଐତିହ୍ୟ କ୍ୟାବିନେଟରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ, ଓଡିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ କେନ୍ଦ୍ରକୁ ପ୍ରସ୍ତାବ

‘ସମାଜ’ର ପ୍ରତିଷ୍ଠାତା ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋର ସାମଗ୍ରିକ ବିକାଶ ଓ ଉନ୍ନତିକରଣ ପାଇଁ ସାଢେ ଏଗାର କୋଟି ଟଙ୍କାର ପ୍ରକଳ୍ପକୁ ଐତିହ୍ୟ କ୍ୟାବିନେଟର ମଞ୍ଜୁରୀ ପ୍ରଦାନ

ରାଜ୍ୟ ଐତିହ୍ୟ କ୍ୟାବିନେଟ ଆଜି ୭ଟି ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛି। ଭିଡିଓ କନଫରେନସିଂ ଜରିଆରେ ଅନୁଷ୍ଠିତ ଦ୍ଵିତୀୟ ଐତିହ୍ୟ କ୍ୟାବିନେଟ ବୈଠକରେ ରାଜ୍ୟରେ କଳା, ସଂସ୍କୃତି ଓ ଐତିହିଁର ପୁନରୁଦ୍ଧାର ତଥା ସଂରକ୍ଷଣ ନିମନ୍ତେ ୭ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିବା ଜଣାପଡିଛି। ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କ୍ୟାବିନେଟର ମଞ୍ଜୁରୀ ଲାଭ କରିଥିବା ୭ଟି ପ୍ରସ୍ତାବ ଉପରେ ବିସ୍ତୃତ ସୂଚନା ଦେଇ କହିଛନ୍ତି ଯେ ଭାରତ ସରକାର ୧୯୬୪ ମସିହାରେ ଓଡିଶୀ ନୃତ୍ୟକୁ ଶାସ୍ତ୍ରୀୟ ନୃତ୍ୟ ଏବଂ ୨୦୧୪ରେ ଓଡ଼ିଆ ଭାଷାକୁ ଷଷ୍ଠ ଶାସ୍ତ୍ରୀୟ ଭାଷା ଭାବେ ମାନ୍ୟତା ଦେବା ପରେ ରାଜ୍ୟ ସରକାର ୨୦୦୮ରେ ଓଡିଶୀ ସଂଗୀତକୁ ଶାସ୍ତ୍ରୀୟ ସଙ୍ଗୀତର ମାନ୍ୟତା ଦେଇଛନ୍ତି। ତେଣୁ ଓଡିଶୀ ନୃତ୍ୟ ପରି ଓଡିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରିବା ପାଇଁ ଭାରତ ସରକାରଙ୍କୁ ଅନୁମୋଦନ ନିମନ୍ତେ ଆଜି ଐତିହ୍ୟ କ୍ୟାବିନେଟରେ ପ୍ରସ୍ତାବ ମଂଜୁର ହୋଇଛି।

- Advertisement -

ଆଜି ଐତିହ୍ୟ କ୍ୟାବିନେଟରେ ଅନୁମୋଦନ ଲାଭ କରିଥିବା ଅନ୍ୟାନ୍ୟ ପ୍ରସ୍ତାବଗୁଡିକ ହେଉଛି
୧. ଓଡିଶା ପ୍ରତ୍ନତତ୍ତ୍ୱ ବିଭାଗର ସୁପରିଚାଳନା ପାଇଁ ଏକ ସ୍ୱତନ୍ତ୍ର ନିର୍ଦ୍ଦେଶାଳୟ ଓ ଏକ ସ୍ୱତନ୍ତ୍ର ନିର୍ଦ୍ଦେଶକ ପଦବୀ ସୃଷ୍ଟି ନିମନ୍ତେ ପ୍ରସ୍ତାବକୁ ଅନୁମୋଦନ ମିଳିଛି।
୨. ଓଡିଶା ରାଜ୍ୟ ସଂଗ୍ରହାଳୟର ସୁପରିଚାଳନା ନିମନ୍ତେ ଏକ ସ୍ୱତନ୍ତ୍ର ନିର୍ଦ୍ଦେଶାଳୟ ଓ ଏକ ସ୍ୱତନ୍ତ୍ର ନିର୍ଦ୍ଦେଶକ ପଦବୀ ସୃଷ୍ଟି ନିମନ୍ତେ ପ୍ରସ୍ତାବକୁ ଅନୁମୋଦନ ମିଳିଛି।
୩. ଓଡିଶା ରାଜ୍ୟ ସଂଗ୍ରହାଳୟକୁ ଭରଚୁଆଲ କରାଯିବ ସହ ଅନୁରୂପ ଭାବେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆନନ୍ଦ ଭବନ ସଂଗ୍ରହାଳୟକୁ ମଧ୍ୟ ଭରଚୁଆଲ କରିବା ନିମନ୍ତେ ପ୍ରସ୍ତାବ ଅନୁମୋଦନ କରାଯାଇଛି।
୪. ଅତିବଡ଼ି ଜଗନ୍ନାଥ ଦାଶ ସମ୍ମାନ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ, ଧର୍ମପଦ ସମ୍ମାନ ଏବଂ ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ ଅର୍ଥ ରାଶି ୧ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କା, ଏକାଡେ଼ମିଗୁଡିକର ପୁରସ୍କାର ଅର୍ଥ ରାଶି ୫୦ ହଜାର ଟଙ୍କାରୁ ୨ ଲକ୍ଷ ଟଙ୍କା ତଥା ଏକାଡେମୀ ସମ୍ବର୍ଦ୍ଧନା ରାଶି ୧ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପ୍ରସ୍ତାବ ଅନୁମୋଦନ କରାଯାଇଛି।

୫. ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ବିଭିନ୍ନ ଏକାଡେମୀ, ଅନ୍ୟାନ୍ୟ ପ୍ରତିଷ୍ଠାନ ଓ କେନ୍ଦ୍ରଗୁଡିକରେ ଖାଲି ପଡିଥିବା କର୍ମଚାରୀ ପଦବୀ ମୁକ୍ତ ବିଜ୍ଞାପନ ମାଧ୍ୟମରେ ପୂରଣ କରିବା ପାଇଁ କିମ୍ବା ମନୋନୟନ ମାଧ୍ୟମରେ ପୂରଣ କରିବା ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ।
୬. ‘ସମାଜ’ର ପ୍ରତିଷ୍ଠାତା ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋର ସାମଗ୍ରିକ ବିକାଶ ଓ ଉନ୍ନତିକରଣ ପାଇଁ ସାଢେ ଏଗାର କୋଟି ଟଙ୍କାର ପ୍ରକଳ୍ପକୁ ଐତିହ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories