www.samajalive.in
Sunday, December 7, 2025
14.1 C
Bhubaneswar

ଅଟୋ-ବାଇକ୍ ଧକ୍କା, ଜଣେ ମୃତ, ଜଣେ ଆହତ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ଠାକୁରାଣୀ ଶାଳ ନିକଟରେ ଆଜି ସନ୍ଧ୍ୟାରେ ଏକ ଯାତ୍ରୀବାହୀ ଅଟୋ ସହ ବାଇକର ମୁହାଁ ମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ଶୋଚନୀୟ ମୃତ୍ୟୁ ଘଟିଥିବା ବେଳେ ବାଇକରେ ଥିବା ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଯାତ୍ରୀବାହୀ ଅଟୋଟି ଖିରେଇଟାଙ୍ଗିର ଆଡ଼କୁ ଆସୁଥିବା ବେଳେ ବାଇକଟି କେନ୍ଦୁଝର ଅଭିମୁଖେ ଯାଉଥିଲା। ତେବେ ମୃତ ବାଇକ୍ ଆରୋହୀଜଣଙ୍କର ସଠିକ ପରିଚୟ ମିଳିନାହିଁ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତେଜନା ଲାଗିରହିଛି। ଖବର ପାଇ ତୁରୁମୁଙ୍ଗା ଥାନା ଅଧିକାରୀ ବରେନ୍ଦ୍ର ଶିଅଳ ଘଟଣା ସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରୁଛନ୍ତି। ମୃତକ ଜଣକ ଅନୁଗୁଳ ଅଞ୍ଚଳର ବୋଲି ଜଣାପଡିଛି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories