www.samajalive.in
Saturday, December 13, 2025
26.1 C
Bhubaneswar

କୋଭିଡ ମୁକାବିଲା: ଫୋକସରେ କଟକ-ଖୋର୍ଦ୍ଧା, ଭିଡ଼ିଓ କନଫରେନ୍ସିଂରେ କଲେ ସମୀକ୍ଷା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ କୋଭିଡ ପରିସ୍ଥିତି ସହିତ କୃଷି, ଶିଳ୍ପ, ଭିତ୍ତିଭୂମି ଆଦି ଅର୍ଥନୀତିର ବିଭିନ୍ନ କ୍ଷେତ୍ରର ସମୀକ୍ଷା କରି ଜୀବିକା ସୃଷ୍ଟି ଉପରେ ଗୁରୁତ୍ବାରୋପ କରିଛନ୍ତି।
ରାଜ୍ୟରେ କୋଭିଡ ପରିସ୍ଥିତି ଜାତୀୟସ୍ତର ଠାରୁ ଭଲ ରହିଥିଲେ ମଧ୍ୟ କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବଢୁଥିବା ପଜିଟିଭ କେସ୍‌ ଦୃଷ୍ଟିରୁ ଏହି ଦୁଇ ଜିଲ୍ଲାରେ ରଣନୀତିକୁ ସୁଦୃଢ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ  ଦେଇଛନ୍ତି  । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୦ ଲକ୍ଷ ଲୋକଙ୍କ କୋଭିଡ ଟେଷ୍ଟ କରାଯାଇଛି । ପ୍ରତି ୧୦ ଲକ୍ଷ ଲୋକରେ ଏହା ୪୨,୪୦୪ ଯାହାକି ଜାତୀୟସ୍ତର ଠାରୁ ବହୁତ ଅଧିକ । ସେହିପରି ଆରୋଗ୍ୟ ହାର ମଧ୍ୟ ୭୬.୭୮ ପ୍ରତିଶତରୁ ରହିଛି ଏବଂ ମୃତ୍ୟୁ ହାର ୦.୪୬ ପ୍ରତିଶତ ରହିଛି ।
ମୌସୁମୀ ବର୍ଷା, ବନ୍ୟା ତଥା ପରିବହନ କ୍ଷେତ୍ରରେ ପୂର୍ବାବସ୍ଥା ଫେରୁଥିବାରୁ କୋଭିଡ ପରିଚାଳନା ପାଇଁ ଏହା ଆହ୍ବାନ ସୃଷ୍ଟି କରିଛି । ତେଣୁ ଏହିସବୁ ଆହ୍ବାନକୁ ଦୃଷ୍ଟିରେ ରଖି କୋଭିଡ ରଣନୀତିକୁ କାର୍ଯ୍ୟକାରୀ କରାଯିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପର୍ଯ୍ୟବେକ୍ଷକମାନେ ତୁରନ୍ତ ବନ୍ୟାଞ୍ଚଳକୁ ଗସ୍ତ କରି ଯୋଗ୍ୟ ହିତାଧିକାରୀମାନଙ୍କୁ ତୁରନ୍ତ ରିଲିଫ ପ୍ୟାକେଜ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷାଋତୁରେ ସର୍ଦ୍ଦି, କାଶ ପରି ରୋଗର ସମ୍ଭାବନା ଦୃଷ୍ଟିରୁ ଏସବୁ ଲକ୍ଷଣ ଉପରେ ତୀକ୍ଷଣ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହିତ ସ୍ବାସ୍ଥ୍ୟ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ମିଳିତ ଭାବେ ବିଭିନ୍ନ କୋଭିଡ ପ୍ରୋଟୋକଲ୍‌କୁ ନେଇ ଏକ ସଚେତନତା ଅଭିଯାନ ତୁରନ୍ତ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଗୁରୁତର କୋଭିଡ ରୋଗୀମାନଙ୍କ ପାଇଁ ଜିଲ୍ଲା ଭିତର ଥିବା ହସ୍‌ପିଟାଲରେ ହିଁ ଆଇସିୟୁର ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଅତ୍ୟନ୍ତ ଗୁରୁତର ରୋଗୀ ଯେପରି ଆଇସିୟୁ ସୁବିଧା ପାଇପାରିବେ, ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସରକାରୀ କର୍ମଚାରୀମାନଙ୍କ ମଧ୍ୟରେ, ବିଶେଷକରି କଟକ ଓ ଭୁବନେଶ୍ବରରେ କର୍ମଚାରୀଙ୍କ ମଧ୍ୟରେ ଅଧିକ ସଂଖ୍ୟାରେ କୋଭିଡ କେସ୍‌ ବଢୁଥିବାରୁ ସମସ୍ତ କୋଭିଡ ନିୟମ ଗୁଡିକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମାସ୍କ ଓ ସାମାଜିକ ଦୂରତ୍ବ ନିୟମରେ ଯେପରି କୌଣସି ଅବହେଳା ନ ହୁଏ, ସେଥିପ୍ରତି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories