www.samajalive.in
Tuesday, December 9, 2025
19.1 C
Bhubaneswar

ଅର୍ଥନୀତିକୁ ଗତିଶୀଳ ନିମନ୍ତେ ଜୀବିକା ସୃଷ୍ଟି ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋବିଡ଼ ସଂକ୍ରାନ୍ତ ସମୀକ୍ଷା କାଳରେ ରାଜ୍ୟର ଅର୍ଥନୀତିର ବିକାଶ ଓ ସାଧାରଣ ଲୋକଙ୍କ ଜୀବନଜୀବିକାର ଉନ୍ନତି ନିମନ୍ତେ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏଥିନିମନ୍ତେ ସେ ନିର୍ଦିଷ୍ଟ ପ୍ରସଙ୍ଗ ଉପରେ ଆଲୋକପାତ କରିବାକୁ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଜୀବିକା ସୃଷ୍ଟି ଉପରେ ଗୁରୁତ୍ବାରୋପ କରି ସବୁ ବିଭାଗର ଜୀବିକା ସୃଷ୍ଟି କାର୍ଯ୍ୟକ୍ରମ ଗୁଡିକୁ ଜୋରଦାର କରିବା ପାଇଁ ପରାମର୍ଶ ଦେଇଥିଲେ। କୌଣସି କ୍ଷେତ୍ରରେ ଅସୁବିଧା ଥିଲେ, ତାକୁ ତୁରନ୍ତ ଦୂର କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଜିଲ୍ଲା ପର୍ଯ୍ୟବେକ୍ଷକମାନେ ମଧ୍ୟ ଜିଲ୍ଲା ଗସ୍ତ ସମୟରେ ଜୀବିକା କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରନ୍ତୁ ବୋଲି ସେ ନିର୍ଦ୍ଦେଶ ଦେଇଥିଲେ। ଶିଳ୍ପ ଓ କ୍ଷୁଦ୍ରଶିଳ୍ପ କ୍ଷେତ୍ରରେ  ସମସ୍ତ ପ୍ରକାର କାର୍ଯ୍ୟକ୍ରମ ପୂର୍ଣ୍ଣସ୍ତରରେ କାର୍ଯ୍ୟକ୍ଷମ କରିବାପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୌଣସି ଶିଳ୍ପକ୍ଷେତ୍ରରେ ଯଦି କିଛି ଅସୁବିଧା ଥାଏ, ତେବେ ତାକୁ ତୁରନ୍ତ ପ୍ରାଥମିକତା ଭିତ୍ତିରେ ଦୂର କରିବା ଆବଶ୍ୟକ।

- Advertisement -

ଏହି ଅବସରରେ ମୁଖ୍ୟ ସଚିବ ଓ ଅନ୍ୟାନ୍ୟ ବିଭାଗ ସଚିବମାନେ ରାଜ୍ୟର ବିଭିନ୍ନ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ। ସୂଚନା ଅନୁସାରେ ରାଜ୍ୟରେ କୃଷି, ଶିଳ୍ପ, ଏମଏସଏମଇ ଓ ଅନ୍ୟାନ୍ୟ କ୍ଷେତ୍ରରେ ସମସ୍ତ କାର୍ଯ୍ୟକ୍ରମ ସ୍ବାଭାବିକ ହୋଇଆସୁଛି। ଅଗଷ୍ଟ-ସେପ୍ଟେମ୍ବର ସୁଦ୍ଧା ସମସ୍ତ କ୍ଷେତ୍ରରେ ସୁଧାର ଆସିଛି । କୃଷି କ୍ଷେତ୍ରରେ ଚଳିତ ବର୍ଷ ଖରିଫରେ ୫୫.୫୨ ଲକ୍ଷ ହେକ୍ଟର ଜମି ଚାଷ କରାଯାଇଛି ଯାହା କି ପୂର୍ବ ବର୍ଷ ଠାରୁ ୫ ପ୍ରତିଶତ ଅଧିକ। ଚଳିତ ବର୍ଷ ସାର ଓ ୟୁରିଆର ଚାହିଦା ମଧ୍ୟ ଗତବର୍ଷ ଠାରୁ ଅଧିକ ରହିଛି । ଚଳିତ ବର୍ଷ ୯୯୬୫ କୋଟି ଟଙ୍କାର ଫସଲ ଋଣ ପ୍ରଦାନ କରାଯାଇଛି, ଯାହା କି ଗତ ବର୍ଷ ଠାରୁ ମଧ୍ୟ ଅଧିକ।
ଇସ୍ପାତ ଓ ଖଣି କ୍ଷେତ୍ରରେ ମଧ୍ୟ ଯଥେଷ୍ଟ ଉନ୍ନତି ପରିଲକ୍ଷିତ ହୋଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ଅପ୍ରେଲକୁ ଅଗଷ୍ଟ ମଧ୍ୟରେ ରାଜ୍ୟରେ ୧୭୫୧୪ କୋଟି ଟଙ୍କାର ୨୦୦ଟି ନୂଆ ପ୍ରକଳ୍ପକୁ ଅନୁମୋଦିତ କରାଯାଇଛି । ଏଥିରେ ୧୩ ହଜାର କର୍ମନିଯୁକ୍ତିର ସମ୍ଭାବନା ରହିଛି। ସେହିପରି ଶିଳ୍ପ ଉତ୍ପାଦନ ୮୦ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧିପାଇ ସାରିଛି ବୋଲି ସୂଚନା ଦିଆଯାଇଥିଲା। ବିଦ୍ୟୁତ ବ୍ୟବହାର, କାର୍ଗୋ ପରିଚାଳନା, ସବୁ କ୍ଷେତ୍ରରେ ଉନ୍ନତି ଆସିଛି। ଏମଏସଏମଇ କ୍ଷେତ୍ରରେ ସେପ୍ଟେମ୍ବର ସୁଦ୍ଧା ୧.୫ ଲକ୍ଷରୁ ଅଧିକ ୟୁନିଟ୍‌କୁ ପାଖାପାଖି ୩୦୦୦ କୋଟି ଟଙ୍କାର ଋଣ ପ୍ରଦାନ କରାଯିବା ବୋଲି ବୈଠକରେ ସୂଚନା ଦିଆଯାଇଥିଲା।
ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର, କୃଷି ଉତ୍ପାଦନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ଭାରତର ଚତୁର୍ଥ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ଚତୁର୍ଥ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

Related Articles

Popular Categories