www.samajalive.in
Monday, December 8, 2025
17.1 C
Bhubaneswar

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆଉ ଏକ ଆବେଦନ

କଟକ : ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆଉ ଏକ ମାମଲା ରୁଜୁ ହୋଇଛି। ଆଦିତ୍ୟଙ୍କୁ ହତ୍ୟା ଅଭିଯୋଗ ନେଇ ଜିଆରପି ଥାନାରେ ଏତଲା ଦାୟର କରିଥିବା ପ୍ରଦୀପ ଧିଣ୍ଡିଆଙ୍କ ପକ୍ଷରୁ ହାଇକୋର୍ଟରେ ଏହି ମାମଲା ଦାୟର ହୋଇଛି। ଆବେଦନରେ ଉଲ୍ଲେଖ କରାଯାଇଛି ଯେ ଜୁଲାଇ ୯ରେ ଆଦିତ୍ୟଙ୍କୁ କେହି ଘଟଣା ଦିନ ସଂଧ୍ୟା ୬ଟାରୁ ୧୦ଟା ମଧ୍ୟରେ ମାରି ଟ୍ରେନ୍ ଲାଇନରେ ପକାଇ ଦେଇଛି ବୋଲି ଅଭିଯୋଗ କରାଯାଇଥିଲା।

ଏହି ଘଟଣାକୁ ନେଇ ଜିଆରପି ଥାନାରେ ମାମଲା ରୁଜୁ କରି ପୁଲିସ ତଦନ୍ତ କରିଥିଲା ଓ ପରବର୍ତ୍ତୀ ସମୟରେ କ୍ରାଇମବ୍ରାଞ୍ଚକୁ ତଦନ୍ତ ଭାର ପ୍ରଦାନ କରାଯାଇଥିଲା। କିନ୍ତୁ ଏ ପର୍ଯ୍ୟନ୍ତ କରାଯାଇଥିବା ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି ଆବେଦନରେ ଦର୍ଶାଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଏହି ଘଟଣାର ଠିକ୍ ଭାବେ ତଦନ୍ତ କରାଯାଉ ନାହିଁ। ଆଦିତ୍ୟଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ କରାଯାଉ ବା କୌଣସି ସ୍ବାଧୀନ ଏଜେନ୍ସକୁ ତଦନ୍ତ ଦାୟିତ୍ବ ଦିଆଯାଉ ବୋଲି ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଛି। ମାମଲାରେ ସିବିଆଇ, ରାଜ୍ୟ ପୁଲିସ ଡିଜି ଓ କ୍ରାଇମବ୍ରାଞ୍ଚ ଆଇଜିଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ନିହାର ରଂଜନ ଓଝା ମାମଲା ପରିଚାଳନା କରୁଛନ୍ତି।

- Advertisement -

ଏଠାରେ ସୂଚନା ଯୋଗ୍ୟ ଯେ ପୂର୍ବରୁ ଆଦିତ୍ୟଙ୍କ ବାପା, ମା ଓ ପତ୍ନୀ ମଧ୍ୟ ସିବିଆଇ ତଦନ୍ତ ପ୍ରାର୍ଥନା କରି ହାଇକୋର୍ଟରେ ମାମଲା ରୁଜୁ କରିଥିଲେ, ଯାହା କି ଏବେ ବିଚାରାଧୀନ ରହିଛି। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ସୂଚନାଯୋଗ୍ୟ, ଆଦିତ୍ୟଙ୍କର ମୃତ ଦେହ ଜୁଲାଇ ୭ ତାରିଖ ଦିନ ରେଳବାଇ ପୁଲିସ ଲିଙ୍ଗରାଜ ରେଳ ଷ୍ଟେସନ ନିକଟରୁ ଉଦ୍ଧାର କରିଥିଲା।

ଜିଆରପି ଥାନାରେ ମାମଲା ରୁଜୁ କରି ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇ ଦେଇଥିଲା। ଏହାପରେ ତାଙ୍କର ମୃତ୍ୟୁ ଘଟଣାର ତଦନ୍ତ ଜିଆରପି ଆରମ୍ଭ କରିଥିଲା। ଜିଅଆରପି ଘଟଣାର ତଦନ୍ତ ଜାରି ରଖିଥିବା ବେଳେ ଆଜି ପୁଲିସ ମହାନିର୍ଦେଶକ ଘଟଣାର ତଦନ୍ତ ଭାର ରାଜ୍ୟ କ୍ରାଇମବ୍ରାଞ୍ଚକୁ ଦେଇଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories