www.samajalive.in
Tuesday, December 9, 2025
23.1 C
Bhubaneswar

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଡ୍ରାଇଭର ଜୀବନ୍ତ ଦଗ୍ଧ, ହେଲପର ଗୁରୁତର

ଖୋର୍ଦ୍ଧା : ୧୬ନମ୍ବର ଜାତୀୟ ରାଜପଥ ହରୀକୁଣ୍ଡ ବରଡି ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ଜଣେ ଚାଳକ ଜୀବନ୍ତ ଦଗ୍ଧ ଏବଂ ଗାଡିର ସହାୟକ ଗୁରୁତର ଆହତ ହୋଇ ନିକଟସ୍ଥ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଖବର ପାଇ ସ୍ଥାନୀୟ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିବା ଜଣାପଡିଛି।
ସୂଚନା ଅନୁଯାୟୀ, ଏକ ଟ୍ରକଟି ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଆଇଚର ଯାଉଥିଲା। ତେବେ ରାସ୍ତାରେ ଅଟକି ଥିବା ଏକ କୋବି ବୋଝେଇ ଟ୍ରକର ସାମ୍ନା ସାମ୍ନି ପିଟି ହୋଇଥିଲା। ଫଳରେ ଦୁର୍ଘଟଣା ପରେ ଗାଡ଼ିର ସାମ୍ନା ପଟ ଇଞ୍ଜିନରେ ନିଆଁ ଲାଗି ଯିବାରୁ  ଘଟଣାସ୍ଥଳରେ ଗାଡିର ଡ୍ରାଇଭର  ଅଗ୍ନିକାଣ୍ଡରେ ପୋଡି ହୋଇ ମୃତ୍ୟୁ ଘଟିଛି। ଗୁରୁତର ଅବସ୍ଥାରେ ହେଲପରକୁ ସ୍ଥାନୀୟ ଲୋକମାନେ ମେଡ଼ିକାଲକୁ ସ୍ଥାନାନ୍ତରିତ କରିଛନ୍ତି । ତେବେ ଖବର ପାଇ ବାଲୁଗାଁ ଏସ.ଡି. ପି.ଓ ସୁରେଶ ଦାଶ, ବାଲୁଗାଁ ଓ ବାଣପୁର ଆଇ.ଆଇ.ସି  ଦୁର୍ଘଟଣା ସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।

Hot this week

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

Related Articles

Popular Categories