www.samajalive.in
Saturday, December 13, 2025
21.1 C
Bhubaneswar

ରାୟପୁରର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଛତିଶଗଡ : ଛତିଶଗଡ଼ ରାୟପୁରର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଏହାସହ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି। ତୁରନ୍ତ ରାୟପୁର ଯିବାକୁ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂହ ନିର୍ଦ୍ଦେଶ ଦେଇଛନ୍ତି। ଆହତ ଓ ଗୁରୁତରଙ୍କୁ ସମସ୍ତ ପ୍ରକାର ସହାୟତା ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଛତିଶଗଡ଼ ଡ଼ିଜିଙ୍କ ସହ ସମ୍ପର୍କରେ ରହିବାକୁ ଡ଼ିଜିପି ଅଭୟଙ୍କୁ ମଧ୍ୟ କହିଛନ୍ତି।
ସୂଚନା ଯୋଗ୍ୟ, ଆଜି ଭୋର ସମୟରେ ଛତିଶଗଡ଼ ରାଇପୁରର ଚେରି ଖେଡି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଆହତ ହୋଇଥିଲେ। ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ଗୁଜରାଟର ସୁରତ ଯାଉଥିବା ଏହି ବସ୍ ଛତିଶଗଡ଼ ରାଜଧାନୀ ରାୟପୁର ଉପକଣ୍ଠ ଚେରି ଖେଡି ନିକଟରେ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା।ତେଲିବାନ୍ଧା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ରାୟପୁର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories