www.samajalive.in
Monday, December 8, 2025
27.1 C
Bhubaneswar

କୋଭିଡ୍ ପରିଚାଳନା ପାଇଁ ରାଉରକେଲା ଯିବେ ଆଉ ୨୦ ଜଣ ଡାକ୍ତର

ଭୁବନେଶ୍ବର/ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଆଜି ରାଉରକେଲା ଗସ୍ତରେ ଆସି କୋଭିଡ୍ ପରିଚାଳନା ସ୍ଥିତିର ସମୀକ୍ଷା କରିଛନ୍ତି। ତାଙ୍କ ସହିତ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ମଧ୍ୟ ରାଉରକେଲା ଗସ୍ତରେ ଆସିଥିଲେ।
ରାଉରକେଲାସ୍ଥିତ ହାଇଟେକ୍ ମେଡିକାଲ କଲେଜ ଏବଂ ହସ୍ପିଟାଲ ପରିସରରେ ଥିବା ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲରେ ମୁଖ୍ୟ ସଚିବଙ୍କ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।


‘‘ଓଡ଼ିଶାରେ କୋଭିଡ୍ ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ବଳିଷ୍ଠ ପଦକ୍ଷେପ ଗ୍ରହଣ କରିଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ପ୍ରଶାସନ ତରଫରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଆଗାମୀ ଦିନରେ ରାଉରକେଲାରେ କୋଭିଡ ଚିକିତ୍ସା ବ୍ୟବସ୍ଥାକୁ ଦୃଢୀଭୂତ କରିବାକୁ ଅଧିକ ୨୦ ଜଣ ଡାକ୍ତରଙ୍କୁ ପଠାଯିବ। ସେମାନେ ଖୁବ ଶୀଘ୍ର କାର୍ଯ୍ୟରେ ଯୋଗ ଦେବେ’’, ଏହି ଅବସରରେ କହିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ।

- Advertisement -


ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ଥିବା ୨୯୭ଟି କୋଭିଡ୍ ହେଲଥ କେୟାର ହୋମ୍ରେ ନିୟୋଜିତ ସ୍ଵାସ୍ଥ୍ୟ କର୍ମୀମାନଙ୍କୁ ପର୍ଯ୍ୟାୟକ୍ରମେ ରାଉରକେଲା ମହାନଗର ନିଗମ ଅଧୀନରେ ନିୟୋଜିତ କରାଯିବ। ରାଉରକେଲାରେ ରହୁଥିବା ବୟସ୍କ ଓ ବିଭିନ୍ନ ରୋଗରେ ପୀଡ଼ିତ ଥିବା ଲୋକଙ୍କୁ କୋଭିଡରୁ ସୁରକ୍ଷିତ ରଖିବା ହେଉଛି ଆଗାମୀ ଲକ୍ଷ୍ୟ ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ। କୋଭିଡ ମୁକାବିଲା ଲାଗି ଜନ ସଚେତନତା ସୃଷ୍ଟି କରିବାକୁ ସରକାର ‘ଜନସମ୍ପର୍କ ଅଭିଯାନ‘ ଆରମ୍ଭ କରିଛନ୍ତି। ଏହାକୁ ରାଉରକେଲାରେ ବ୍ୟାପକ କରିବା ପାଇଁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଥିଲେ।


ସୁନ୍ଦରଗଡ ଜିଲ୍ଲାରେ କୋଭିଡ୍ ପଜିଟିଭ୍ ହାର ୧ ପ୍ରତିଶତ ରହିଛି। ସେହିଭଳି ଜିଲ୍ଲାରେ ହୋମ୍ ଆଇସେଲେସନ ସନ୍ତୋଷଜନକ ରହିଥିବା ମୁଖ୍ୟ ଶାସନ ସଚିବ ସୂଚନା ଦେଇଥିଲେ। କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ନିକଟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଶାନ୍ତି ମେମୋରିଆଲ ହସ୍ପିଟାଲ ଓ ଜୟପ୍ରକାଶ ହସ୍ପିଟାଲ ସହ ଏମଓୟୁ ସ୍ୱାକ୍ଷର କରାଯାଇଥିଲା। ଏହି ଦୁଇଟି ହସ୍ପିଟାଲ ମଧ୍ୟ ପରିଦର୍ଶନ କରି ସେଠାରେ କୋଭିଡ୍ ଚିକିତ୍ସା ଉପରେ ନିଆଯାଉଥିବା ପଦକ୍ଷେପ ଉପରେ ସମୀକ୍ଷା କରିଥିଲେ ମୁଖ୍ୟ ଶାସନ ସଚିବ।
ରାଉରକେଲାରେ ୨୫ ପ୍ରତିଶତ ଲୋକଙ୍କ ଭିତରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି। ଏହା ଏକ ଶୁଭ ସୂଚନା ବୋଲି କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର। କୋଭିଡ୍ ମୁକାବିଲା ପାଇଁ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପକୁ ସେ ସ୍ୱାଗତ କରିଥିଲେ।
ଏହି ସମୀକ୍ଷା ଗସ୍ତ ବେଳେ ମୁଖ୍ୟ ସଚିବ ଏବଂ ସ୍ୱାସ୍ଥ୍ୟ ସଚିବଙ୍କ ସହିତ ଡିଏମଇଟି ଡାକ୍ତର ସିବିକେ ମହାନ୍ତି ଯୋଗ ଦେଇଥିଲେ। ସେହିପରି ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ, ଅତିରିକ୍ତ ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେ, ରାଉରକେଲା ମହାନଗର ନିଗମ କମିସନର ଦିବ୍ୟଜ୍ୟୋତି ପରିଡା, ପାନପୋଷ ଉପଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସରୋଜ କୁମାର ମିଶ୍ର, ଏବଂ ଜିଲ୍ଲା ପ୍ରଶାସନ ତଥା ସ୍ୱାସ୍ଥ୍ୟ ବିଭାଗର ପ୍ରମୁଖ ଅଧିକାରୀମାନେ ଏହି ଅବସରରେ ଉପସ୍ଥିତ ଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories