www.samajalive.in
Tuesday, December 9, 2025
26.1 C
Bhubaneswar

୧୨ରୁ ଚାଲିବ ୩ଟି ‘ଶ୍ରମିକ ସ୍ପେଶାଲ ଟ୍ରେନ’ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର : ଆସନ୍ତା ୧୨ ତାରିଖରୁ ରାଜ୍ୟରେ ୩ଟି ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚାଲିବ। ଏ ସଂପର୍କରେ ସୂଚନା ଦେଇଛନ୍ତି କେନ୍ଦ୍ର ତୈଳ ଓ ପ୍ରାକୃତିକ ବାସ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୁରୀ-ଅହମ୍ମଦାବାଦ, ପୁରୀ-ଗାନ୍ଧୀଧାମ ଓ ପରୀ-ଓଖା ରୁଟରେ ଏହି ଟ୍ରେନ ଚାଲିବ। ଏହି ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚଳାଇବା ପାଇଁ  ଶ୍ରୀ ପ୍ରଧାନ ରେଳ ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ତେବେ ତାଙ୍କ ଅନୁରୋଧ ରକ୍ଷା କରି ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚଳାଇବା ପାଇଁ ନିଷ୍ପତ୍ତି ନିଆଯାଇଥିବାରୁ ଶ୍ରୀ ପ୍ରଧାନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରେଳ ମନ୍ତ୍ରୀ ପିୟୁଷ ଗୋଏଲ ଧନ୍ୟବାଦ ଜଣାଇଛନ୍ତି।

ସୂଚନା ଯୋଗ୍ୟ, ଦେଶ ଅର୍ଥନୀତିର ପୁନରୁଦ୍ଧାର ତଥା ପ୍ରବାସୀ ଓଡିଆ ଲୋକଙ୍କ ଜୀବନଜୀବିକାକୁ ଦୃଷ୍ଟିରେ ରଖି ଓଡିଶାରୁ ଗୁଜୁରାଟ, କର୍ଣ୍ଣାଟକ ଏବଂ ମହାରାଷ୍ଟ୍ର ଭଳି ରାଜ୍ୟକୁ ପୁର୍ନବାର ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚାଲୁ କରିବା ପାଇଁ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି  କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଥିଲେ।
ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଥିଲେ ଯେ ଗଞ୍ଜାମ ଜିଲ୍ଲାରେ ବାସ କରୁଥିବା ଅନେକ ପ୍ରବାସୀ ଓଡିଆମାନେ ଗୁଜୁରାଟ ଏବଂ ଅନ୍ୟ ରାଜ୍ୟକୁ ରେଳ ସେବା ଚାଲୁ କରିବା ପାଇଁ ତାଙ୍କୁ ଅନୁରୋଧ କରିଛନ୍ତି। ଜୀବନଜୀବିକା ପାଇଁ ସୁଯୋଗର ଅଭାବ ଥିବା ଏବଂ ପୁଣି କାର୍ଯ୍ୟକ୍ଷେତ୍ରରେ ଯୋଗଦେବା ପାଇଁ ଯିବାରେ ଅସୁବିଧା ହେଉଥିବା ସେମାନେ ଦର୍ଶାଇଛନ୍ତି।
ଦେଶବ୍ୟାପୀ କୋଭିଡ୍ -୧୯ ତଥା ଲକ୍ ଡାଉନ ସମୟରେ ଗୁଜୁରାଟ, କର୍ଣ୍ଣାଟକ, ମହାରାଷ୍ଟ୍ର ଭଳି ରାଜ୍ୟରୁ ପ୍ରବାସୀମାନେ ଓଡିଶାକୁ ପ୍ରତ୍ୟାବର୍ତନ କରିଥିଲେ ଏବଂ ରେଳ ମନ୍ତ୍ରଣାଳୟର ସହଯୋଗ ଓ ଉଦ୍ୟମ କାରଣରୁ ଦେଶର କୋଣ ଅନୁକୋଣରୁ ହଜାର ହଜାର ‘ଶ୍ରମିକ ସ୍ପେଶାଲ୍ ଟ୍ରେନ୍’ ମାଧ୍ୟମରେ ଘରକୁ ଫେରିପାରିଥିଲେ। ଏହି ଉଦ୍ୟମକୁ ସର୍ବତ୍ର ପ୍ରଶଂସା କରାଯାଇଥିଲା। ଦେଶସାରା ଲକ୍ ଡାଉନକୁ ପ୍ରତ୍ୟାହାର କରାଯାଉଥିବା ବେଳେ ଏବେ ଆମେ ସମସ୍ତେ ସ୍ୱଭାବିକ ସ୍ଥିତିକୁ ଫେରୁଛୁ। ଏହି ସମୟରେ ବାହାରେ କାମ କରୁଥିବା ଲୋକମାନଙ୍କ ପାଇଁ ପୁନର୍ବାର ରେଳସେବା ଆରମ୍ଭ ହେବାର ଆବଶ୍ୟକତା ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ରରେ ଉଲ୍ଲେଖ କରିଥିଲେ।

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories