www.samajalive.in
Saturday, December 6, 2025
26.1 C
Bhubaneswar

ଆର୍ଥିକ ଅନଗ୍ରସର ଓ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ

ଭୁବନେଶ୍ୱର: ଆର୍ଥିକ ଅନଗ୍ରସର, ଦିବ୍ୟାଙ୍ଗ ଅନୁସୂଚିତ ଜାତି ଓ ଜନଜାତି ମେଧାବୀ ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ଓ ବୈଷୟିକ ଶିକ୍ଷା ଅଧ୍ୟୟନ କରିବା ପାଇଁ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବା ଲାଗି ଗଠିତ ହୋଇଛି ଗ୍ରାଉଣ୍ଡ କମନ ପିପୁଲ ଫାଉଣ୍ଡେସନ। ବୁଧବାର ଏହି ଫାଉଣ୍ଡେସନ ଉଦଘାଟିତ ହେବା ସହ ରାଜ୍ୟର ବିଭିନ୍ନ ଜିଲାରୁ ୪୦ ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ମେଧାବୃତ୍ତି ପ୍ରଦାନ କରାଯାଇଛି। ଉତ୍କଳ ସାମ୍ବାଦିକ ସଂଘର ଶୃଙ୍ଖଳା କମିଟି ଅଧ୍ୟକ୍ଷ ରବିନାରାୟଣ ଖିଲାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ଦୈତାରୀ ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଅନୁଷ୍ଠାନର ଉଦ୍ୟମକୁ ପ୍ରଶଂସା କରିଥିଲେ। ମୁଖ୍ୟବକ୍ତା ଭାବେ ପଣ୍ଡିତ ସଗ୍ରାମ ଆଚାର୍ଯ୍ୟ ଯୋଗ ଦେଇଥିଲା ବେଳେ ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୂତି ଭୂଷଣ କର, ଆଇନଜୀବୀ ପ୍ରଶାନ୍ତ କୁମାର ସାହୁ, ଅକ୍ଷତ ସିହ୍ନା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ମୁଖ୍ୟ ନିର୍ଦେଶକ ଅମ୍ବରିଶ ମିଶ୍ର ଅନୁଷ୍ଠାନର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ୪୦ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଦୁଇ ହଜାର ଟଙ୍କା ଆର୍ଥିକ ଅନୁଦାନ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏହାଛଡା ମହାମାରୀ କରୋନା ସମୟରେ କର୍ତ୍ତବ୍ୟ ସମ୍ପାଦନ କରି ଲୋକଙ୍କୁ ସଚେତନ କରୁଥିବା ସାମ୍ବାଦିକ ପ୍ରତାପ ଚନ୍ଦ୍ର ପ୍ରଧାନ, ରାଜେନ ଚୌଧୁରୀ, ନିରଞ୍ଜନ ରେଡ୍ଡୀ, ସତ୍ୟଜିତ ସେଣ, ଏସ. ରାଜୀବ ଗୌରବ, ଜିତେନ୍ଦ୍ର ସାହୁ, ଟୁଲୁ ପାତ୍ର, ବିଜୟ ଖୁଣ୍ଟିଆ, ମନୋଜ ପ୍ରଧାନ, ସନ୍ତୋଷ ଦାସ, ଦେବଦର୍ଶିନୀ ପରିଡା, ତୃପ୍ତି ସାହୁ, ଅଭିଷେକ ରାଉତ ଓ ଦିନବନ୍ଧୁ ସ୍ୱାଇଁ ପ୍ରମୁଖଙ୍କୁ କରୋନା ଯୋଦ୍ଧା ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। ଶୁଭ୍ରାଂଶୁ ମହାପାତ୍ର ସ୍ୱାଗତ ଭାଷଣ ଦେଇଥିଲା ବେଳେ ରାଧାକାନ୍ତ ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ସଙ୍ଗୀତ ପଟ୍ଟନାୟକ ସଂଯୋଜନା କରିଥିଲେ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories