www.samajalive.in
Wednesday, December 10, 2025
23.1 C
Bhubaneswar

କୁଚିଣ୍ଡାର ପୂର୍ବତନ ବିଧାୟକ ରବି ନାଏକଙ୍କ ପିତୃ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର: କୁଚିଣ୍ଡାର ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜେପିର ସାଧାରଣ ସଂପାଦକ ରବି ନାଏକଙ୍କ ପିତା ଦାଶରଥୀ ନାଏକଙ୍କ ବିୟୋଗରେ ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଗଭୀର ଶୋକ ବ୍ୟକ୍ତ କରିବା ସହ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରି ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି।
ଆଜି ପ୍ରାତଃ ସମୟରେ ୮୧ ବର୍ଷୀୟ ଦାଶରଥୀ ନାଏକ ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକ ଅନ୍ତର୍ଗତ ନିଜ ପୈତୃକ ଗ୍ରାମ ଖଣ୍ଡକୋଟାଠାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଚାଷୀକୁଳରେ ଜନ୍ମଗ୍ରହଣ କରିଥିବା ମିଷ୍ଟଭାଷୀ ଓ ନମ୍ର ସ୍ୱଭାବର ସ୍ୱର୍ଗତଃ ନାଏକ ଜଣେ ସୁପରିଚିତ ପାଲା ଗାୟକ ଭାବେ ସେ ଅଂଚଳରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ସ୍ୱର୍ଗତଃ ନାଏକଙ୍କ ମୃତଦେହ ନିକଟରେ ତାଙ୍କ ପତ୍ନୀ ଶୁଭ ନାଏକ, ବଡ ପୁଅ ମହେନ୍ଦ୍ର ନାଏକ, ମଝିଆ ପୁଅ ରବି ନାଏକ, ସାନ ପୁଅ ଗିରିନ୍ଦ୍ର ନାଏକ, ୩ ବୋହୁ ଏବଂ ନାତିନାତୁଣୀ ଉପସ୍ଥିତ ଥିଲେ। ସ୍ୱର୍ଗତଃ ନାଏକଙ୍କ ପରଲୋକରେ ଦୁଃଖ ପ୍ରକାଶ କରି ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଶୋକସନ୍ତପ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନା କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ଡ.ଲେଖାଶ୍ରୀ ସାମନ୍ତସିଂହାରଙ୍କ ସମେତ ପାର୍ଟିର ଅନ୍ୟାନ୍ୟ ନେତୃବୃନ୍ଦମାନେ ପ୍ରମୁଖ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

Hot this week

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

Related Articles

Popular Categories