www.samajalive.in
Tuesday, December 9, 2025
23.1 C
Bhubaneswar

ଦୁବାଇରେ ଫସିଥିବା ୩ ଜଣ ଓଡିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

ଭୁବନେଶ୍ବର : ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଦୁବାଇରେ ଫସିଥିବା ୩ ଜଣ ଓଡିଆ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇଜଣ ଖୁବଶୀଘ୍ର ଭାରତ ଫେରିବା ନେଇ ଦୂତାବାସ ପକ୍ଷରୁ ଶ୍ରୀ ପଣ୍ଡାଙ୍କୁ ଜଣାଇଛନ୍ତି।

ସୂଚନାଯୋଗ୍ୟ, କେନ୍ଦ୍ରପଡା ଜିଲାର ଆଳି ବ୍ଲକ ଅନ୍ତର୍ଗତ ମେଣ୍ଢପୁର ଅଞ୍ଚଳର ଧନେଶ୍ବର ପଣ୍ଡାଙ୍କ ପୁଅ ପଞ୍ଚାନନ ପଣ୍ଡା, କୃଷ୍ଣଚନ୍ଦ୍ର ମଲ୍ଲିକଙ୍କ ପୁଅ ରଙ୍ଗବଲ୍ଲଭ ମଲ୍ଲିକ ଓ ରାଜକନିକା ବ୍ଲକର ଓଳାଭର ଅଞ୍ଚଳର ନୃସିହ ମଲ୍ଲିକଙ୍କ ପୁଅ ଶ୍ରୀତମ ମଲ୍ଲିକ ଦୁବାଇର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ କମ୍ପାନୀ କତ୍ତୃପକ୍ଷ ବିନା କାରଣରେ ଦରମା ନଦେଇ ସେମାନଙ୍କୁ ଚାକିରିରୁ ବାହାର କରିଦେଇଥିଲେ। ପଇସା ପତ୍ର ନଥିବାରୁ ସେଠାରେ ସେମାନେ ଖାଦ୍ୟ ପାନୀୟ ନପାଇ ନାନା ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଭାରତ ଫେରି ଆସିବାକୁ ଚାହୁଁଛନ୍ତି।

- Advertisement -

ଏନେଇ ଶେଷରେ ପରିବାର ଲୋକ ବରିଷ୍ଠ ବିଜେପି ନେତା ଭକ୍ତବନ୍ଧୁ ମିଶ୍ରଙ୍କ ଜରିଆରେ ଶ୍ରୀ ପଣ୍ଡାଙ୍କୁ ଉଦ୍ଧାର ପାଇଁ ଅନୁରୋଧ କରିଥିଲେ। ଅନୁରୋଧକ୍ରମେ ଶ୍ରୀ ପଣ୍ଡା ରାଷ୍ଟ୍ରଦୂତଙ୍କ ସହ ଯୋଗାଯୋଗ କରି ଭାରତ ଫେରାଇ ଆଣିବାକୁ ସାହାଯ୍ୟ ସହଯୋଗ କରିବାକୁ ନିବେଦନ କରିଥିଲେ। ରଙ୍ଗବଲ୍ଲଭ ଓ ପଞ୍ଚାନନ ଖୁବଶୀଘ୍ର ଭାରତ ଫେରିବେ ବୋଲି ଦୂତାବାସ ପକ୍ଷରୁ ଶ୍ରୀ ପଣ୍ଡାଙ୍କୁ ଜଣାଇଛନ୍ତି। ଏହି ଖବର ପାଇବା ପରେ ପରିବାର ଲୋକ ଶ୍ରୀ ପଣ୍ଡାଙ୍କୁ କୃତଜ୍ଞତା ଜଣାଇଛନ୍ତି।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories