www.samajalive.in
Sunday, December 14, 2025
26.1 C
Bhubaneswar

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଅସୁସ୍ଥ, ପୁଣି ଥରେ ଦିଲ୍ଲୀ ଏମସ୍‌ରେ ଭର୍ତ୍ତି

ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଅସୁସ୍ଥତା କାରଣରୁ ପୁଣିଥରେ ଦିଲ୍ଲୀ ଏମସ୍‌ରେ ଭର୍ତ୍ତି ହୋଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁଁ ଗତକାଲି ରାତି ପ୍ରାୟ ୧୧ ସମୟରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶନିବାର ବିଳମ୍ବିତ ରାତିରେ ଗୃହମନ୍ତ୍ରୀ ନିଶ୍ବାସ ଓ ପ୍ରଶ୍ବାସ ନେବାରେ ଅସୁବିଧା ଅନୁଭବ କରିବାରୁ ତାଙ୍କୁ ପୁଣି ଥରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି।

ସୂଚନାଯୋଗ୍ୟ ଗତ ଅଗଷ୍ଟ ୨ ରେ ଅମିତ ଶାହା କରୋନାରେ ସଂକ୍ରମିତ ହୋଇଥିଲେ । କିଛି ଦିନ ଡାକ୍ତରଖାନାରେ ରହିବା ପରେ ଅଗଷ୍ଟ ୧୪ ତାରିଖରେ କୋଭିଡ ରିପୋର୍ଟ ନେଗେଟିଭ ଆସିବାପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା । ପରେ ସେ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇ ଘରେ ଆଇସୋଲେସନରେ ରହିବାକୁ କୁହାଯାଇଥିଲା। ଶରୀରର ଯନ୍ତ୍ରଣା ଏବଂ ଥକ୍କାପଣ ଅନୁଭବ କରିବାରୁ ତାଙ୍କୁ ଅଗଷ୍ଟ ୧୮ରେ ପୁନର୍ବାର ଏମ୍ସରେ ଭର୍ତ୍ତି ହୋଇଥିଲେ। କିଛି ଦିନ ଏମ୍ସରେ ରହି ସେ ଅଗଷ୍ଟ ୩୧ରେ ଘରକୁ ଫେରିଥିଲେ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories