www.samajalive.in
Saturday, December 13, 2025
18.1 C
Bhubaneswar

ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ୨୪ ଘଣ୍ଟାରେ ୯୪,୩୭୨ ଆକ୍ରାନ୍ତ ଚିହ୍ନଟ,୧୧୧୪ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି। ବିଶ୍ଵର କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଭାରତ ଆମେରିକା ପଛକୁ ଦ୍ବିତୀୟ ସ୍ଥାନରେ ରହିଥିଲେ ହେଁ ଯେପରି ଦୈନିକ ସଂକ୍ରମଣ ବୃଦ୍ଧି ପାଉଛି ଭାରତ ଖୁବ୍‌ ଶିଘ୍ର ବିଶ୍ଵରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ପ୍ରଥମ ସ୍ଥାନକୁ ଯିବ ତାହା ନିସନ୍ଦେହ। କାରଣ ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୯୦ ହଜାରରୁ ଅଧିକ ରହୁଛି। ଏହାରି ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭ ଲକ୍ଷ ଟପିଛି। ଗତ ୨୪ ଘଣ୍ଟାରେ ଦେଶରେ ୯୪ ହଜାର ୩୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୧୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।


ସୂଚନାଯୋଗ୍ୟ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭ ଲକ୍ଷ ୫୪ ହଜାର ୩୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭ ଲକ୍ଷ ୨ ହଜାର ୫୯୬ ଜଣ ସୁସ୍ଥ ହୋଇଛନ୍ତି, ସେହିପରି ୭୮ ହଜାର ୫୮୬ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ବର୍ତ୍ତମାନ ସୁଦ୍ଧା ୯ ଲକ୍ଷ ୭୩ ହଜାର ୧୭୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି

Hot this week

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

Related Articles

Popular Categories