www.samajalive.in
Monday, December 8, 2025
27.1 C
Bhubaneswar

ପୁଲୱାମାରେ ସେନାବାହିନୀ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର : ଜାମ୍ମୁ କାଶ୍ମୀରର ପୁଲୱାମାରେ ରବିବାର ସେନାବାହିନୀର ଏକ ଦଳ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ତେବେ ଏହି ଆକ୍ରମଣରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳି ନାହିଁ।

ଜଣେ ପୋଲିସ ଅଧିକାରୀ କହିଛନ୍ତି, ଆଜି ସନ୍ଧ୍ୟାରେ ପୁଲୱାମାର ପାରିଗାମରେ ସେନାବାହିନୀର ରାଷ୍ଟ୍ରୀୟ ରାଇଫଲ୍ସର ଏକ ଦଳ ଉପରେ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ସେ କହିଛନ୍ତି ଯେ ସେନାବାହିନୀ ମଧ୍ୟ ଉପଯୁକ୍ତ ଜବାବ ଦେଇଛି। ଯେଉଁଥିପାଇଁ ଆତଙ୍କବାଦୀମାନଙ୍କୁ ପଛଘୁଞ୍ଚା ଦେବାକୁ ପଡିଛି।
ତେବେ ଏହି ଆକ୍ରମଣରେ ଧନଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହେବାର କୌଣସି ସୂଚନା ନାହିଁ। ଅଧିକାରୀ ଜଣଙ୍କ କହିଛନ୍ତି ଯେ ଏହି ଅଞ୍ଚଳକୁ ସିଲ୍ କରାଯାଇଛି ଏବଂ ଆତଙ୍କବାଦୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories