ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୯୨ ହଜାର ୭୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଲକ୍ଷ ୪୬ ହଜାର ୪୨୭ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୧୩୬ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୭୯ ହଜାର ୭୨୨ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୮୬ ହଜାର ୫୯୮ ଜଣ ସକ୍ରିୟ ରୋଗୀ ଥିବାବେଳେ ୩୭ ଲକ୍ଷ ୮୦ ହଜାର ୧୦୭ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
Popular Categories



