www.samajalive.in
Monday, December 8, 2025
27.1 C
Bhubaneswar

ଯାଜପୁର ଜିଲ୍ଲାପାଳ ଭାବେ ଦାଇତ୍ୱ ଗ୍ରହଣ କଲେ ଚକ୍ରବର୍ତ୍ତୀ ସିଂ ରାଠୋର

ଯାଜପୁର : ଯାଜପୁର ଜିଲ୍ଲାର ୨୧ ତମ ଜିଲ୍ଲାପାଳ ଭାବେ ଦାୟିତ୍ଵ ନେଲେ ଚକ୍ରବର୍ତ୍ତୀ ସିଂ ରାଠୋର। ସୋମବାର ପୂର୍ବାହ୍ନରେ ମାଆ ବିରଜାଙ୍କ ମନ୍ଦିର ବାହାରେ ମାଆଙ୍କୁ ପ୍ରଣାମ କରି ଆଶୀର୍ବାଦ କାମନା କରିଥିଲେ ଶ୍ରୀ ରାଠୋର। ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିଥିଲେ। ଶ୍ରୀ ରାଠୋର ଏହା ପୂର୍ବରୁ ବରହମପୁର ମୁନିସିପାଲ କର୍ପୋରେସନର କମିଶନର ଭାବେ କାର୍ଯ୍ୟରତ ଥିଲେ। ଜିଲ୍ଲାପାଳଙ୍କ ଦାୟିତ୍ଵ ଗ୍ରହଣ ସମୟରେ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ନାୟକଙ୍କ ସହ ଆଇଏଏସ୍ ପ୍ରୋବେସନର ସଚିନ ପାୱାର, ଅତିରିକ୍ତ ଜିଲ୍ଲାପାଳ କଳିଙ୍ଗ ନଗର ସନ୍ତୋଷ କୁମାର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଅକ୍ଷୟ କୁମାର ମଲ୍ଲିକ, ଜିଲ୍ଲାପାଳଙ୍କ ସ୍ୱତନ୍ତ୍ର ଅଧିକାରୀ କୁଳମଣି ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ ଯାଜପୁର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିବା ରଂଜନ କୁମାର ଦାସଙ୍କର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଥିଲା।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories