www.samajalive.in
Sunday, December 7, 2025
26.1 C
Bhubaneswar

ଘରୋଇ ହସ୍ପିଟାଲ ପାଇଁ ରାଜ୍ୟ ସରକାରଙ୍କ ନୂଆ ନିୟମ : ୮୦% ଆଇସିୟୁ ବେଡ୍ କୋଭିଡ ଚିକିତ୍ସା ପାଇଁ ସଂରକ୍ଷିତ ରଖିବା ବାଧ୍ୟତାମୂଳକ

ଭୁବନେଶ୍ଵର : ରାଜ୍ୟର ୫ ଟି ସହରାଞ୍ଚଳରେ ଥିବା ଘରୋଇ ହସ୍ପିଟାଲ ଗୁଡିକରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ନୂଆ ନିୟମ ଜାରି କରିଛନ୍ତି । ରାଜ୍ୟର ୫ ମହାନଗର ନିଗମ ଭୁବନେଶ୍ୱର, କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାରେ ଥିବା ଘରୋଇ ହସ୍ପିଟାଲ ଗୁଡିକରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରାଯାଇଛି । ଏହି ପାଞ୍ଚଟି ସହରରେ ଥିବା  ୩୦ରୁ ଅଧିକ ଶଯ୍ୟା ବିଶିଷ୍ଟ ଘରୋଇ ହସ୍ପିଟାଲମାନେ ନିଜ ସାଧାରଣ ଶଯ୍ୟା ବା ଜେନେରାଲ ବେଡର ଅଧା ଓ ଆଇସିୟୁ ଶଯ୍ୟାର ୮୦ ପ୍ରତିଶତ କରୋନା ରୋଗୀଙ୍କ ପାଇଁ ସଂରକ୍ଷିତ ରଖିବା ବାଧ୍ୟତାମୂଳକ କରାଯାଇଛି । ଏହା ସହିତ ଜରୁରୀ ପରିସ୍ଥିତିରେ ସପୂର୍ଣ୍ଣ ହସ୍ପିଟାଲକୁ କୋଭିଡ ହସ୍ପିଟାଲରେ  ପରିବର୍ତ୍ତନ କରିବାର ବିକଳ୍ପ ଖୋଲା ରହିବା ପାଇଁ ମଧ୍ୟ ନିର୍ଦେଶ ଦିଆଯାଇଛି।

ତେବେ ଗତ ଅଗଷ୍ଟ ୨୮ରେ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଘରୋଇ ହସ୍ପିଟାଲଗୁଡ଼ିକରେ କରୋନା ଚିକିତ୍ସା ପାଇଁ ଧାର୍ଯ୍ୟ ଦର ଅନୁଯାୟୀ ଏହି ହସ୍ପିଟାଲଗୁଡିକ ରୋଗୀମାନଙ୍କଠାରୁ ଚିକିତ୍ସା ଖର୍ଚ୍ଚ ଆଦାୟ କରିପାରିବେ ବୋଲି ଏହି ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି । ସାଧାରଣ ଶଯ୍ୟା ପାଇଁ ଦୈନିକ ୨୯୫୦ରୁ ୪୭୫୦, ଆଇସିୟୁ ୧୦ରୁ ୧୭ ହଜାର ଓ ଆଇସିୟୁ ସହ ଭେଣ୍ଟିଲେଟର୍ ପାଇଁ ୧୨ରୁ ୧୮ ହଜାର ଟଙ୍କା ଧାର୍ଯ୍ୟ କରାଯାଇଥିଲା । ଧାର୍ଯ୍ୟ କରାଯାଇଥିବା ଦର ୩୦ରୁ ଅଧିକ ଶଯ୍ୟା ବିଶିଷ୍ଟ ଘରୋଇ ହସ୍ପିଟାଲ ପାଇଁ ଲାଗୁ ହେଉଛି ।ଆଜି ସନ୍ଧ୍ୟାରେ ଜାରି କରାଯାଇଥିବା ଏହି ନିର୍ଦ୍ଦେଶନାମା ତତ୍‌କାଳ କାର୍ଯ୍ୟକ୍ଷମ କରିବା ପାଇଁ ବିଜ୍ଞପ୍ତିରେ ଦର୍ଶାଯାଇଛି।

- Advertisement -

 

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories