www.samajalive.in
Monday, December 8, 2025
24.1 C
Bhubaneswar

ବାଇକକୁ ଧକ୍କା ଦେଲା ପିକଅପ୍: ସ୍ତ୍ରୀ ମୃତ, ସ୍ବାମୀ ଓ ଝିଅ ଗୁରୁତର

ବାଲେଶ୍ବର: ବାଲେଶ୍ବର ଜିଲା ଜଳେଶ୍ୱର ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ଓ ଝିଅ ସହ ବାଇକରେ ଯାଉଥିବା ବେଳେ ପଛରୁ ଏକ ପିକଅପ୍ ଭ୍ୟାନ୍ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଓ ଅଢ଼େଇ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଛନ୍ତି। ମୃତ ସ୍ତ୍ରୀଙ୍କର ନାଁ ମମତା ବୋଲି ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ବ୍ୟକ୍ତି ଜଣଙ୍କ ନିଜ ସମ୍ପର୍କୀୟଙ୍କ ମୃତ୍ୟୁ ଖବର ପାଇ ତାଙ୍କ ନଛିମପୁର ପଞ୍ଚାୟତର ନାଙ୍ଗାଡ ସାହିକୁ ନିଜ ସ୍ତ୍ରୀ ଓ ଝିଅ ସହ ବାଇକରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ପିକଅପ୍ ଭ୍ୟାନ୍ ତାଙ୍କ ବାଇକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସ୍ତ୍ରୀ ମମତାଙ୍କର ମୃତ୍ୟୁ ଘଟିଛି। ସ୍ଥାନୀୟଲୋକେ ଗୁରୁତର ଅବସ୍ଥାରେ ପଡିଥିବା ଉକ୍ତ ବ୍ୟକ୍ତି ଓ ତାଙ୍କ ଝିଅଙ୍କୁ ଉଦ୍ଧାର କରି ପ୍ରଥମେ ଜଳେଶ୍ବର ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ। ପରେ ଉଭୟଙ୍କୁ ବାଲେଶ୍ବର ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ଜଣା ପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ଜଳେଶ୍ବର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories