www.samajalive.in
Saturday, December 6, 2025
26.1 C
Bhubaneswar

ଆସୁଛି ଆଉ ଏକ ଲଘୁଚାପ ; ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଓ ଆନ୍ଧ୍ର ଉପକୂଳ ଅଞ୍ଚଳରେ ସୃଷ୍ଟ ଲଘୁଚାପ ଫଳରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏନେଇ ପାଣି ପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ପ୍ରଭାବରେ ମାଲାକନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ଗଞ୍ଜାମରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ଆସନ୍ତା ୪ ରୁ ୫ ଦିନ ଏଭଳି ସ୍ଥିତି ଲାଗି ରହିବ। ଏହାସହ ୨୦ ରୁ ୨୧ ତାରିଖ ମଧ୍ୟରେ ରାଜ୍ୟରେ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ସହ ଏହି ସମୟରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ମଧ୍ୟ ସମ୍ଭାବନା ରହିଛି। କଟକ ଓ ଭୁବନେଶ୍ୱରରେ ମଧ୍ୟ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories