www.samajalive.in
Monday, December 8, 2025
20.1 C
Bhubaneswar

କଟକ- ଭୁବନେଶ୍ବର ସ୍ଥିତ କୋଭିଡ ହସ୍ପିଟାଲକୁ ସାରା ରାଜ୍ୟରୁ ରୋଗୀ ଆସିପରିବେ- ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: କଟକ-ଭୁବନେଶ୍ବର ସ୍ଥିତ କୋଭିତ୍ ହସ୍ପିଟାଲକୁ କୋଭିଡ ରୋଗୀମାନଙ୍କୁ ପଠାଇବା ନିମନ୍ତେ ସରକାର ବାରଣ କରିନାହାନ୍ତି । ସରକାର ଟ୍ବିନ-ସିଟିରେ ସୃଷ୍ଟି କରିଥିବା ଚିକିତ୍ସା ସୁବିଧା ସାରା ରାଜ୍ୟର ଲୋକମାନଙ୍କ ପାଇଁ ଉଦ୍ଧିଷ୍ଟ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ କହିଛନ୍ତି ।

ରୋଗୀମାନଙ୍କୁ ଉପଯୁକ୍ତ ଡ଼ାକ୍ତରୀ ପରାମର୍ଶ ଓ ଅମ୍ଳଜାନ ଆଦି ସହାୟତା ସହ କଟକ ଓ ଭୁବନେଶ୍ବରର ରେଫରାଲ ହସ୍ପିଟାଲ ପଠାଇବା ପାଇଁ ସରକାରୀ ନିର୍ଦ୍ଦେଶନାମାରେ କୁହାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି। ଶ୍ରୀ ମହାପାତ୍ର କହିଛନ୍ତି ଯେ ଜଣେ ରୋଗୀ ଯେପରି ସୁରକ୍ଷିତ ଭାବେ ରେଫେରାଲ ହସ୍ପିଟାଲରେ ପହଞ୍ଚି ପାରିବେ ସେ ବିଷୟରେ ବିଭାଗୀୟ ନିର୍ଦ୍ଦେଶନାମାରେ କୁହାଯାଇଛି । ‘କ୍ରିଟିକାଲ ଚିକିତ୍ସା” ବ୍ୟବସ୍ଥାକୁ ଅଧୁ ଶୃଙ୍ଖଳିତ କରିବା ଏହାର ଉଦ୍ଦେଶ୍ୟ । ଆସିଲା ବେଳେ ଯେପରି ରୋଗୀଙ୍କର ଅମ୍ଳଜାନ ଅଭାବ ନ ହୁଏ, “ହାଇପକସିଆ” ନ ହୁଏ ଏସବୁ ବିଷୟରେ ଯତ୍ନବାନ ହେବା ପାଇଁ ଜିଲାସ୍ତରରେ କାର୍ଯ୍ୟରତ ଚିକିତ୍ସକ ଏବଂ ସ୍ବାସ୍ଥ୍ୟ ଅଧିକାରୀ ମାନଙ୍କୁ କୁହାଯାଇଛି । ଆସିବା ବେଳେ ରୋଗୀ ନିଜେ କି କି ସତର୍କତା ଅବଲମ୍ବନ କରିବା ଦରକାର ତାହା ମଧ୍ୟ ସମ୍ପୃକ୍ତ ଡାକ୍ତର ରୋଗୀଙ୍କୁ ସଠିକ୍ ଭାବେ ବୁଝାଇବେ । ରୋଗୀଙ୍କୁ ଉପଯୁକ୍ତ ପ୍ରାରମ୍ଭିକ ଚିକିତ୍ସା, ପରାମର୍ଶ ଓ ଉପଯୁକ୍ତ ବ୍ୟବସ୍ଥା ସହ ପଠାଇଲେ ରୋଗୀଙ୍କର ଅବସ୍ଥାରେ ବିଶେଷ ଅବନତି ହେବନାହିଁ ଏବଂ ତାଙ୍କ ଜୀବନ ରକ୍ଷାର ସମ୍ଭାବନା ବଢ଼ିବ ବୋଲି ଶ୍ରୀ ମହାପାତ୍ର ସ୍ପଷ୍ଟ କରିଛନ୍ତି ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories