www.samajalive.in
Sunday, December 7, 2025
14.1 C
Bhubaneswar

୪୨୪୧ ନୂଆ କରୋନା ପଜିଟିଭ୍ ଚିହ୍ନଟ : ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୫୮୦

ଭୁବନେଶ୍ବର : ଗୁରୁବାର ରାଜ୍ୟରୁ ଆଉ ୪୨୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୧୭୩୯ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏଥି ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୭ ହଜାର ୧୬୧କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟକୁ ଆଧାର କରି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ଏହି ସୂଚନା ଦିଆଯାଇଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ଏହି ୪୨୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୮୪, ବାଲେଶ୍ବରରୁ ୧୪୧, ବରଗଡ଼ରୁ ୧୪୯, ଭଦ୍ରକରୁ ୭୨ ଏବଂ ବଲାଙ୍ଗୀରରୁ ୪୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

- Advertisement -

ସେହିପରି ବୌଦ୍ଧରୁ ୯୪, କଟକରୁ ୩୮୯, ଦେବଗଡ଼ରୁ ୬, ଢ଼େଙ୍କାନାଳରୁ ୮୬, ଗଜପତିରୁ ୨୩, ଗଞ୍ଜାମରୁ ୭୫, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୧୫୦, ଝାରସୁଗୁଡାରୁ ୧୧୧, କଳାହାଣ୍ଡିରୁ ୧୧୪, କନ୍ଧମାଳରୁ ୧୧୬, କେନ୍ଦ୍ରାପଡାରୁ ୧୦୩, କେନ୍ଦୁଝରରୁ ୭୭, ଖୋର୍ଦ୍ଧାରୁ ୬୪୭, କୋରାପୁଟରୁ ୯୮ ଏବଂ ମାଲକାନଗିରିରୁ ୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।‌

ଅନ୍ୟପକ୍ଷରେ ମୟୂରଭଞ୍ଜରୁ ୧୪୭, ନବରଙ୍ଗପୁରରୁ ୧୦୭, ନୟାଗଡରୁ ୯୪, ନୂଆପଡାରୁ ୯୯, ପୁରୀରୁ ୨୯୧, ରାୟଗଡାରୁ ୬୬, ସମ୍ବଲପୁରରୁ ୯୧, ସୁବର୍ଣ୍ଣପୁରରୁ ୧୨୯,ସୁନ୍ଦରଗଡ଼ରୁ ୧୫୪ ଏବଂ ଷ୍ଟେଟପୁଲରୁ ୩୩୦ ଜଣ କାରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତକାଲି ୪୧୨୧ ଜଣ ସୁସ୍ଥ ହେବା ସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ୨୯ହଜାର୮୫୯ରେ ପହଞ୍ଚିଛି। ରାଜ୍ୟରେ ୩୬ହଜାର ୫୮୦ଜଣ ସକ୍ରିୟ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ଗତକାଲି ୫୧ହଜାର ୮୨୪ ନମୂନା ପରୀକ୍ଷା ସହ ମୋଟ ୨୬ଲକ୍ଷ ୧୯ ହଜାର ୬୦୧ଟି ନମୂନା ପରୀକ୍ଷା କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories