www.samajalive.in
Tuesday, December 9, 2025
17.1 C
Bhubaneswar

ସକ୍ରିୟ ହେଉଛି ଲଘୁଚାପ ; ୨୪ଘଣ୍ଟାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଦକ୍ଷିଣ ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବା ସହିତ ଆସନ୍ତା ୭୨ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।
ଲଘୁଚାପ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ ଦିଗରେ କେନ୍ଦ୍ରୀୟ ଭାରତ ଅତିକ୍ରମ କରିବା ସମୟରେ ଓଡ଼ିଶା ଓ ଛତିଶଗଡ଼ ଉପରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି।
ଲଘୁଚାପ ପ୍ରଭାବରେ ଶନିବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ଭୁବନେଶ୍ୱରରେ ସର୍ବାଧିକ ୪୦ମିମି ବର୍ଷା ହୋଇଥିବାବେଳେ କୋରାପୁଟରେ ୪୫, ସୁନ୍ଦରଗଡ଼ରେ ୩୮, ଟିଟିଲାଗଡ଼ରେ ୩୧, ପାରାଦ୍ୱୀପ ଓ ବଲାଙ୍ଗିରରେ ୩୦, ଗୋପାଳପୁରରେ ୨୪, ସମ୍ବଲପୁରରେ ୨୩, ଢ଼େଙ୍କାନାଳରେ ୨୨ ଓ ବାଲେଶ୍ୱରରେ ୧୩ ମିମି ବର୍ଷା ରେକର୍ଡ଼ କରାଯାଇଛି।
ଆସନ୍ତାକାଲି ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ନୟାଗଡ଼, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଅନୁଗୋଳ, ରାୟଗଡ଼ା, ବୌଦ ଓ କନ୍ଧମାଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
୧୫ତାରିଖରେ ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ବୌଦ, ଅନୁଗୋଳ, ଦେବଗଡ଼, କେନ୍ଦୁଝର, କନ୍ଧମାଳ, ଢ଼େଙ୍କାନାଳ ଓ କଳାହାଣ୍ଡି ଜିଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ ବୌଦ ଜିଲାରେ ଅଧିକ ବର୍ଷାର ସମ୍ଭାବନା ରହିଛି। ସେହିପରି ୧୬ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଅନୁଗୋଳ ଜିଲାର ଅଳ୍ପ କିଛି ସ୍ଥାନରେ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ ଏଚ.ଆର.ବିଶ୍ୱାସ ସୂଚନା ଦେଇଛନ୍ତି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଏହାଛଡ଼ା ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହାଦ୍ୱାରା ରାଜ୍ୟରେ ବର୍ଷା ପ୍ରଭାବ ବଢ଼ିବାର ସମ୍ଭାବନା ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories