www.samajalive.in
Monday, December 8, 2025
27.1 C
Bhubaneswar

ବଜ୍ରାଘାତରେ ବୃଦ୍ଧ ଗୁରୁତର

ହରଭଙ୍ଗା : ବୌଦ୍ଧଜିଲ୍ଲା ହରଭଙ୍ଗା ଥାନା ଅର୍ନ୍ତଗତ ଭାଲିଆଗୁଡା ଗ୍ରାମର ଜନୈକ ବୃଦ୍ଧ ବଜ୍ରାଘାତରେ ଗୁରୁତର ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ଭାଲିଆଗୁଡା ଗ୍ରାମର ଉଗ୍ରେସନ ରଣା(୭୫) ଶୁକ୍ରବାର ଅପରାହ୍ନ ସମୟରେ ଗାଁମୁଣ୍ଡ ରାସ୍ତାକଡପଟକୁ ଗାଈ ଚରାଇବାକୁ ଯାଇଥିଲେ। ଏକ ନିମ୍ବଗଛ ମୂଳେ ବସି ଗାଈ ଚରାଉଥିବା ସମୟରେ ବଜ୍ରପାତ ହୋଇଥିଲା। ଫଳରେ ସେ ଗଛମୂଳରେ ହିଁ ଚେତାଶୂନ୍ୟ ହୋଇ ଟଳିପଡିଥିଲେ। ତାଙ୍କୁ  ମୁର୍ମୂଷୁ ଅବସ୍ଥାରେ ଚିକିତ୍ସା ପାଇଁ ପ୍ରଥମେ ଆମ୍ବୁଲାନ୍ସ ଯୋଗେ ପୁରୁଣାକଟକ ମେଡିକାଲ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥାରେ ସୁଧାର ନଆସିବାରୁ ତାଙ୍କୁ ବୌଦ୍ଧ ମେଡିକାଲ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ଜଣାପଡିଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories