www.samajalive.in
Sunday, December 14, 2025
14.1 C
Bhubaneswar

ଆଜି ପୁଣି ଟଣାହେବ ନନ୍ଦିଘୋଷ ରଥ


ପୁରୀ : ନନ୍ଦିଘୋଷ ରଥପାଇଁ ପ୍ରଶାସନକୁ ଭାଙ୍ଗିବାକୁ ପଡିଛି ସୂଚନା କେନ୍ଦ୍ର । କାଟିବାକୁ ପଡିଛି ଗୋଟିଏ ଗଛ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ବଳଗଣ୍ଡି ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଅଟକି ରହିଛି । ଭକ୍ତମାନେ ଜୋରରେ ରଥ ଟାଣିବାରୁ ବାମପାର୍ଶ୍ବକୁ ରଥ ଗଡିଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ନିର୍ମିତ ଅସ୍ଥାୟୀ ସୂଚନା କେନ୍ଦ୍ରରେ ରଥର କିଛି ଅଂଶ ଲାଗି ରହିଥିଲା । ତେଣୁ ରବିବାର ପୁଣିଥରେ ନନ୍ଦିଘୋଷ ରଥ ଟଣାଯାଇ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖକୁ ନିଆଯିବ । ଶନିବାର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଛନ୍ତି । ବଳଗଣ୍ଡି ଛକରେ ଶ୍ରଦ୍ଧାଳୁ ଭକ୍ତମାନେ ରଥାରୂଢ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । କାଳିଆ ଠାକୁରଙ୍କ ପାଖରେ ଜମିଛି ଭକ୍ତଙ୍କ ଭିଡ । ବଡ଼ଦାଣ୍ଡରେ ଛିଡାହୋଇ ଶ୍ରଦ୍ଧାଳୁମାନେ ଶ୍ରୀଜୀଉଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରୁଛନ୍ତି । ରଥ ଚତୁଃପାର୍ଶ୍ବରେ ପୁଲିସ କର୍ଡନ କରାଯାଇଛି ।

Hot this week

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

Related Articles

Popular Categories