www.samajalive.in
Tuesday, December 9, 2025
15.1 C
Bhubaneswar

ତୁମୁଡ଼ିବନ୍ଧ ବିଜେପି ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଫୁଲବାଣୀ/ତୁମୁଡ଼ିବନ୍ଧ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଳକ ଭାରତୀୟ ଜନତା ପାର୍ଟି ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତୁମୁଡ଼ିବନ୍ଧ ବିଜେପି ମଣ୍ଡଳ ସଭାପତି ତଥା ମୁଣ୍ଡିଗଡ ପଞ୍ଚାୟତ ସରପଞ୍ଚ ନାରାୟଣ ପାତ୍ରଙ୍କ ନେତୃତ୍ୱରେ ଭାରତର ପ୍ରଧାନମନ୍ତ୍ରୀଙ୍କ ୭୦ତମ ଜନ୍ମ ଜୟନ୍ତି ସପ୍ତାହ ପାଳନ ଅବସରରେ ସାମୂହିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ କଦମ୍ବ, ଜାମୁ, ବିଷ୍ଣୁଚୁଡା, ନାଗ ଚମ୍ପା ଆଦି ବୃକ୍ଷ ଆଦି ବୃକ୍ଷ ରୋପଣ କରାଯାଇଥିଲା। ନୂତନ କୋର୍ଟର ଉଦ୍‍ଘାଟନ ପୂର୍ବରୁ ସଜେଇ ହେଉଥିବା ଜେ.ଏମ୍‍.ଏଫ୍‍.ସି ପରିସରରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନେତ୍ର ମାନସେଠ୍‍, ବରିଷ୍ଠ ବିଜେପି ନେତା ପୁରୁଷୋତମ ଲେଙ୍କା, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀଚନ୍ଦ୍ର ପରାସେଠ, ଜିଲ୍ଲା ସଭାପତି ପୂର୍ଣ୍ଣଚନ୍ଦ୍ର ପାଢୀ, ଯୁବମୋର୍ଚ୍ଚା ମଣ୍ଡଳ ସଭାପତି ଶଙ୍କର ବଡନାୟକ, ମୁଣ୍ଡଗଡ ପଞ୍ଚାୟତ ଯୁବମୋର୍ଚ୍ଚା ସଭାପତି ଦିବାକର ଦଣ୍ଡସେନା, ସୁକଳ ପାତ୍ର ଓ ଅନ୍ୟ ନେତୃତ୍ୱଙ୍କ ଉପସ୍ଥିତିରେ ସମାହିତ ହୋଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories