www.samajalive.in
Friday, December 12, 2025
16.1 C
Bhubaneswar

ଓଡ଼ିଆ ଅଧିକାରୀ ସୀମାଚଳ ଦାଶ ଆଇଏମଏଫ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ପରାମର୍ଶଦାତା

ନୂଆଦିଲ୍ଲୀ : ଭାରତୀୟ ରାଜସ୍ୱ ସେବା(ଆଇଆର୍‍ଏସ୍‍)ର ଓଡ଼ିଆ ଅଧିକାରୀ ସୀମାଚଳ ଦାଶଙ୍କୁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମଏଫ)କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ କରାଯାଇଛି। କେନ୍ଦ୍ର ସରକାରଙ୍କ ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ କମିଟି ଶ୍ରୀ ଦାଶଙ୍କ ନାମ ଉପରେ ମୋହର ମାରିଛି। ଶ୍ରୀ ଦାଶ ଏହି ପଦବୀରେ ୩ ବର୍ଷ ପାଇଁ କାର୍ଯ୍ୟ କରିବେ ବୋଲି କେନ୍ଦ୍ର କାର୍ମିକ, ସାଧାରଣ ଅଭିଯୋଗ ଓ ପେନ୍‍ସନ୍‍ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।

ସେ ଏବେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟର ପ୍ରମୁଖ ସ୍ୱତନ୍ତ୍ର ନିର୍ଦ୍ଦେଶକ ଅଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‍ କରି ଶ୍ରୀ ଦାଶଙ୍କୁ ଅଭିନନ୍ଦନ ଜଣାଇବା ସହ ନୂଆ ପଦବୀରେ ତାଙ୍କ ସଫଳତା କାମନା କରିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories