ନୂଆଦିଲ୍ଲୀ : ପ୍ରତିଦିନ ହଜାର ହଜାର ସଂଖ୍ୟକ ନୂଆ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ଦେଶରେ ୨୪ ଘଣ୍ଟାରେ ୮୬ ହଜାର ୯୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏବେ ସୁଦ୍ଧା ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୭,୮୮୨କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଲକ୍ଷ ୮୭ ହଜାର ୫୮୧ରେ ପହଞ୍ଚିଛି। ମୋଟ ୧୦,୦୩,୨୯୯ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୪୩,୯୬,୩୯୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।



