www.samajalive.in
Sunday, December 7, 2025
26.1 C
Bhubaneswar

ଏମଏସପି ବୃଦ୍ଧି କରି ମୋଦୀ ସରକାର ଚାଷୀଙ୍କ ପାରିଶ୍ରମିକ ମୂଲ୍ୟକୁ ସୁନିଶ୍ଚିତ କରିଛନ୍ତି : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର : କେନ୍ଦ୍ର କ୍ୟାବିନେଟରେ ୬ଟି କୃଷିଜାତ ସାମଗ୍ରୀ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି) ବୃଦ୍ଧି ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ କରିବା ସହ ପ୍ରଧାନମନ୍ତ୍ରୀ ମୋଦୀ ଏବଂ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଧନ୍ୟବାଦ ଦେଇଛନ୍ତି। କେନ୍ଦ୍ର ସରକାର କୃଷିଜାତ ସାମଗ୍ରୀରେ ଏମ୍‍ଏସ୍‍ପି ବୃଦ୍ଧି କରି ଚାଷୀଙ୍କ ପାରିଶ୍ରମିକ ମୂଲ୍ୟକୁ ସୁନିଶ୍ଚିତ କରିଛନ୍ତି ବୋଲି କହିଛନ୍ତି ଶ୍ରୀ ପ୍ରଧାନ। ଶ୍ରୀ ପ୍ରଧାନ କହିଛନ୍ତି କୃଷକ ଏବଂ ଉତ୍ପାଦନ ବ୍ୟାପାର ଏବଂ ବାଣିଜ୍ୟ (ପ୍ରୋତ୍ସାହନ ଏବଂ ସରଳୀକରଣ) ବିଲ୍‍ ୨୦୨୦ ବିଲ୍‍ ଦ୍ୱାରା ମଣ୍ଡି ବ୍ୟବସ୍ଥା ବନ୍ଦ ହୋଇଯିବ ବୋଲି ଭ୍ରାନ୍ତ ଧାରଣା ସୃଷ୍ଟି କରାଯାଇଛି। ରାଜ୍ୟ ସରକାରଙ୍କ ଅଧୀନରେ ମଣ୍ଡିର ପରିଚାଳନା ଏବଂ ନିୟମ ପୂର୍ବଭଳି ଅପରିବର୍ତିତ ରହିବ; ମାତ୍ର ଚାଷୀମାନେ ମଣ୍ଡି ବାହାରେ ବିକିବାକୁ ମଧ୍ୟ ସାମର୍ଥ୍ୟ ହେବେ। ଏହି ବିଲ୍‍ କୃଷକଙ୍କୁ ସଶକ୍ତ କରିବା ସହ କୃଷି ଭିତ୍ତିଭୂମିକୁ ମଜଭୁତ୍‍ କରିବ ଏବଂ ଚାଷୀଙ୍କ ପାଇଁ ନୂଆ ବଜାର ସୃଷ୍ଟି ହେବ। ଏହି ବିଲ୍‍ କୃଷି କ୍ଷେତ୍ରରେ ଐତିହାସିକ ପରିବର୍ତ୍ତନ ଆଣିବା ସହ ଦେଶର ଚାଷୀଙ୍କ ଆୟ ବୃଦ୍ଧିରେ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories