www.samajalive.in
Thursday, December 11, 2025
15.1 C
Bhubaneswar

କୋଇଲା ବ୍ଲକ ନିଲାମ ତିନି ମାସ ସ୍ଥଗିତ ରଖାଯାଉ

ଭୁବନେଶ୍ୱର : କୋଲ ବ୍ଲକ ନିଲାମ ପ୍ରକ୍ରିୟା ୩ମାସ ସ୍ଥଗିତ ରଖିବା ପାଇଁ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଆଜି କେନ୍ଦ୍ର କୋଇଲା, ଖଣି ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖିଛନ୍ତି। ଶ୍ରୀ ମଲ୍ଲିକ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ କେନ୍ଦ୍ର ପକ୍ଷରୁ ଚିହ୍ନଟ ୪୧ଟି କୋଲ ବ୍ଲକ ମଧ୍ୟରୁ ଓଡ଼ିଶାରେ ୯ଟି ରହିଛି। ଏସବୁରେ ମୋଟ ୧୦,୭୫୦ ନିୟୁତ ଟନ କୋଇଲା ମହଜୁଦ ରହିଛି। କେନ୍ଦ୍ରର ସଂଶୋଧିତ ନିର୍ଘଣ୍ଟ ଅନୁଯାୟୀ ୨୦୨୦ ସେପ୍ଟେମ୍ବର ୨୯ ନିଲାମ ଦାଖଲର ଶେଷ ତାରିଖ ରହିଥିବାବେଳେ ୨୦୨୦ ଅକ୍ଟୋବର ୧୯ତାରିଖରୁ ନଭେମ୍ବର ୯ତାରିଖ ମଧ୍ୟରେ ଇ-ନିଲାମ ପ୍ରକ୍ରିୟା ଶେଷ କରିବାକୁ ସ୍ଥିର ହୋଇଥିଲା।
କିନ୍ତୁ ବର୍ତ୍ତମାନ କୋଭିଡ଼ ମହାମାରୀ ସମୟରେ ଖଣିଜ କାରବାର ବେଶ ପ୍ରଭାବିତ ହୋଇଛି। ଏଥିସହିତ ବିଗତ ବର୍ଷ ତୁଳନାରେ କୋଇଲାର ବଜାର ମୂଲ୍ୟ ଯଥେଷ୍ଟ ହ୍ରାସ ପାଇଥିବା ପରିଲକ୍ଷିତ ହେଉଛି। ଯଦି ଏହି ପରିସ୍ଥିତିରେ କୋଇଲା ନିଲାମ କରାଯାଏ ତେବେ ସର୍ବାଧିକ ନିଲାମ ଡାକ ଯଥେଷ୍ଟ କମ ହେବାର ଆଶଙ୍କା ରହିଛି। ଏହି ଲିଜ୍‌ ଅବଧି ୩୦ ବର୍ଷ ରହିଥିବାରୁ ରାଜ୍ୟର କୋଇଲା ରାଜସ୍ୱ ଉପରେ ଏହାର ଯଥେଷ୍ଟ ପ୍ରତିକୂଳ ପ୍ରଭାବ ପଡ଼ିବ ବୋଲି ମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ଏସବୁ ଦୃଷ୍ଟିରୁ ଏହି ନିଲାମ ପ୍ରକ୍ରିୟାକୁ ୩ମାସ ପର୍ଯ୍ୟନ୍ତ ଘୁଞ୍ଚାଇବା ଲାଗି ମନ୍ତ୍ରୀ କେନ୍ଦ୍ରକୁ ନିବେଦନ କରିଛନ୍ତି। ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ଏ ବାବଦରେ ତୁରନ୍ତ ଆବଶ୍ୟକ ନିର୍ଦେଶ ଦେବାକୁ ସେ ଚିଠିରେ ଅନୁରୋଧ କରିଛନ୍ତି। କୋଭିଡ଼ ପରିସ୍ଥିତିରେ ଉନ୍ନତି ଆସିଲେ ଓ ବଜାର ସ୍ଥିତି ସୁଧୁରିଲେ ନିଲାମ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମନ୍ତ୍ରୀ ଶ୍ରୀ ମଲ୍ଲିକ କେନ୍ଦ୍ର ମନ୍ତ୍ରୀଙ୍କୁ ଜଣାଇଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories