www.samajalive.in
Friday, December 12, 2025
15.1 C
Bhubaneswar

ରେଳ ରାଷ୍ଟ୍ରମନ୍ତ୍ରୀଙ୍କ ମୃତ୍ୟୁରେ କେନ୍ଦ୍ର କ୍ୟାବିନେଟର ଶୋକ

କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ସୁରେଶ ସି. ଅଙ୍ଗାଡିଙ୍କ ମୃତ୍ୟୁରେ ନୂଆଦିଲ୍ଲୀଠାରେ କେନ୍ଦ୍ର କ୍ୟାବିନେଟ ଶୋକ ବ୍ୟକ୍ତ କରିଛନ୍ତି। ତାଙ୍କ ସ୍ମୃତିରେ କ୍ୟାବିନେଟ ଦୁଇ ମିନିଟ ନୀରବତା ଅବଲମ୍ବନ କରିଥିଲେ। ତାଙ୍କ ମୃତ୍ୟୁରେ ଦେଶ ଜଣେ ପ୍ରବୀଣ ନେତା, ଶିକ୍ଷାବିତ, ପ୍ରତିଷ୍ଠିତ ସାଂସଦ ଓ ଦକ୍ଷ ପ୍ରଶାସକଙ୍କୁ ହରାଇଛି ବୋଲି କ୍ୟାବିନେଟ କହିଛି।

୧୯୫୫ରେ କର୍ଣ୍ଣାଟକର ବେଲଗାଭି ଜିଲ୍ଲାର କେକେ କୋପ୍ପା ଗାଁରେ ଜନ୍ମିତ ସ୍ବର୍ଗତ ଅଙ୍ଗାଡି ଆଇନରେ ଡିଗ୍ରୀ ହାସଲ କରିଥିଲେ। ୧୯୯୬ରେ ସେ ଭାରତୀୟ ଜନତା ପାର୍ଟିର ସଦସ୍ୟ ଭାବେ ଯୋଗ ଦେଇଥିଲେ। ସେ ବିପୁଳ ବ୍ୟବଧାନରେ ଜିତି ସେ ୧୪ତମ ଲୋକସଭା ସଦସ୍ୟ ହୋଇଥିଲେ। ୨୦୦୯, ୨୦୧୪ ଓ ୨୦୧୯ରେ ସେ ବେଲଗାଭିରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ ।

- Advertisement -

ସେ ଖାଦ୍ୟ, ଖାଉଟି ବ୍ୟାପାର ଓ ସାଧାରଣ ବଣ୍ଟନ, ମାନବ ସମ୍ବଳ ବିକାଶ ଓ ପ୍ରତିରକ୍ଷା ଷ୍ଟାଣ୍ଡିଂ କମିଟିର ସଦସ୍ୟ ତଥା ଅର୍ଥ ମନ୍ତ୍ରାଳୟର ପରାମର୍ଶଦାତା କମିଟିର ସଦସ୍ୟ ଭାବେ ଦାୟିତ୍ୱ ତୁଲାଇବା ସହ ପେନସନ, ସାଂସଦମାନଙ୍କ ଦରମା ଓ ଭତ୍ତା ଯୁଗ୍ମ କମିଟି ସଦସ୍ୟ, କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ପରାମର୍ଶଦାତା କମିଟି, ହାଉସ କମିଟି ଓ ପିଟିସନ କମିଟି ସଦସ୍ୟ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ । ୨୦୧୯ରେ ସ୍ବର୍ଗତ ଅଙ୍ଗାଡି କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories