www.samajalive.in
Sunday, December 14, 2025
23.1 C
Bhubaneswar

ଓଡ଼ିଶାର ବିଦ୍ୟୁତ୍‍ ବିତରଣ କମ୍ପାନିକୁ ୮୪ କୋଟି ରିହାତି ଦେଲେ ମୋଦୀ ସରକାର – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଲକ୍‍ ଡ଼ାଉନ୍‍ ସମୟରେ ବିଦ୍ୟୁତ୍‍ କିଣିବା ପାଇଁ ଓଡ଼ିଶାର ବିଦ୍ୟୁତ୍‍ ବିତରଣ କମ୍ପାନି (ଡ଼ିସକମ) ଗୁଡ଼ିକୁ ଶକ୍ତି ମବଣାଳୟର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଦ୍ୱାରା ଦିଆଯାଇଥିବା ୮୪ କୋଟି ଟଙ୍କାର ରିହାତି ଫଳରେ ରାଜ୍ୟରେ ବିଦ୍ୟୁତ୍‍ ବ୍ୟବହାର କ୍ଷେତ୍ରରେ ଉପୁଜିଥିବା ସମସ୍ୟା ଲାଘବ ହୋଇପାରିବ ବୋଲି ଟ୍ୱିଟ୍‍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଶକ୍ତି ମନ୍ତ୍ରୀ ଆର.କେ ସିଂହଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ରାଜ୍ୟର ବିଦ୍ୟୁତ୍‍ ବିତରଣ କମ୍ପାନି ଗୁଡ଼ିକୁ କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଅଧୀନରେ ଥିବା ଏନଏଚପିସି ୩.୭୮ କୋଟି, ଏନଟିପିସି ୫୬.୮ କୋଟି ଏବଂ ପିଜିସିଆଇଏଲ ପକ୍ଷରୁ ୨୪.୩୫ କୋଟି ରିହାତି ଦିଆଯାଇଛି। କରୋନା ସମୟରେ ଉପଭୋକ୍ତାମାନଙ୍କ ପାଇଁ ନିରନ୍ତର ବିଦ୍ୟୁତ୍‍ ସରବରାହ ହୋଇପାରିବା ଲକ୍ଷ୍ୟରେ ଏହି ଆର୍ଥିକ ରିହାତି ଦିଆଯାଇଛି। ଓଡ଼ିଶାରେ କରୋନା ଦ୍ୱାରା ପ୍ରଭାବିତ ଶକ୍ତି କ୍ଷେତ୍ର ଏବଂ ବିଦ୍ୟୁତ୍‍ ବିତରଣ କମ୍ପାନିକୁ ସହାୟତା ପ୍ରଦାନ କରିବା ପାଇଁ ଦୃଢ଼ ପଦକ୍ଷେପ ନେବା ସହ ମୋଦି ସରକାର ନିରନ୍ତର ସହଯୋଗ ଦେଉଛନ୍ତି। ବିଦ୍ୟୁତ୍‍ ଉତ୍ପାଦନ ଓ ସରବରାହ କମ୍ପାନୀ ଗୁଡିକ ପକ୍ଷରୁ ଦିଆଯାଇଥିବା ରିହାତି ଦ୍ୱାରା ଅନ୍ତଃରାଜ୍ୟ ବିଦ୍ୟୁତ୍‍ ସରବରାହ ଚାର୍ଜ ଏବଂ ବିଦ୍ୟୁତ ଚାର୍ଜର ରିହାତି ଉପଭୋକ୍ତାଙ୍କ ପାଖରେ ପହଞ୍ଚିପାରିବ। ଏହି ପଦକ୍ଷେପ ଦ୍ୱାରା ରାଜ୍ୟର ବିଦ୍ୟୁତ୍‍ ଉପଭୋକ୍ତାମାନେ ଅଧିକ ଉପକୃତ ହୋଇପାରିବେ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ଓଡ଼ିଶାକୁ ନିରନ୍ତର ବିଦ୍ୟୁତ୍‍ ଯୋଗାଣ ଏବଂ ଶିଳ୍ପ, ବ୍ୟବସାୟିକ ଏବଂ ଘରୋଇ ଗ୍ରାହକଙ୍କ ଦ୍ୱାରା ହେଉଥିବା ଅତିରିକ୍ତ ବିଦ୍ୟୁତ୍‍ ଶକ୍ତିର ଚାହିଦାକୁ ପୂରଣ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ଏହାର ଫଳସ୍ୱରୂପ ଓଡିଶାର ଅର୍ଥନୀତିରେ ଅଭିବୃଦ୍ଧି ହୋଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories