www.samajalive.in
Sunday, December 7, 2025
26.1 C
Bhubaneswar

ବିଧାନସଭା ଅଧିବେଶନ ପୂର୍ବରୁ ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ବିଧାନସଭା ଅଧିବେଶନ ପୂର୍ବରୁ ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଛି। ଏହି ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ, ଅର୍ଥମନ୍ତ୍ରୀ, ବିରୋଧୀ ଦଳ ନେତା ଓ କଂଗ୍ରେସ ବିଧାୟକ ସାମିଲ ହୋଇଛନ୍ତି। କରୋନା କଟକଣା ମଧ୍ୟରେ କିପରି ଗୃହ ପରିଚାଳିତ ହେବ ସେନେଇ ବିସ୍ତୃତ ଆଲୋଚନା ହୋଇଛି। ଏହାସହ ବୈଠକ ଶେଷରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ସୂଚନା ଅନୁଯାୟୀ, ୨୯ ତାରିଖ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହେବ ଅଧିବେଶନ। ପ୍ରଥମଦିନ ଶୋକ ପ୍ରସ୍ତାବ ପରେ ଗୃହ ପ୍ରଥମ ପର୍ଯ୍ୟାୟ (ସେସନ) ମୁଲତବି ହେବ। ପ୍ରଥମ ଦିନ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ଚାଲିବ। ଅନ୍ୟ ଦିନରେ ସକାଳ ୧୦ଟା ୩୦ରୁ ଅପରାହ୍ନ ୧ଟା,୩ ରୁ ୫ଟା ଗୃହ କାର୍ଯ୍ୟ ଚାଲିବ। ଦୈନିକ ମୋଟ ସାଢେ ୪ ଘଣ୍ଟା ବିଧାନସଭା ଗୃହ କାର୍ଯ୍ୟ ଚାଲିବ। ଆସନ୍ତା କାଲି ସକାଳ ୮ଟାରୁ ବିଧାନସଭା ପରିସରରେ କୋଭିଡ଼ ପରୀକ୍ଷା କରାଯିବ। ବିଧାନସଭା କର୍ମଚାରୀ ଓ ବିଧାୟକଙ୍କର କୋଭିଡ଼ ଟେଷ୍ଟ ହେବ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories